Posted inଖେଳ

Paris Olympic 2024: ବିଜୟ ସହିତ ଅଭିଯାନ ଆରମ୍ଭ କଲା ଭାରତ

ନୂଆଦିଲ୍ଲୀ,୨୭।୭: ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ହୋଇଥିବା ଭାରତ ଶନିବାର ଅନୁଷ୍ଠିତ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୩-୨ ଗୋଲରେ ପରାସ୍ତ କରିଛି।

ମ୍ୟାଚ ୨-୨ରେ ଡ୍ର’ ଆଡ଼କୁ ଯାଉଥିବାବେଳେ ୫୯ତମ ମିନିଟରେ ଅଧିନାୟକ ହରମନପ୍ରୀତ ସିଂଙ୍କ ଗୋଲ ଭାରତକୁ ବିଜୟ ସ୍ବାଦ ଚଖାଇଥିଲା। ନ୍ୟୁଜିଲାଣ୍ଡର ଲେନ ସାମ୍‌ ପେନାଲ୍ଟି କର୍ନରରୁ ଏକ ଗୋଲ ଦେଇ ପ୍ରଥମ କ୍ୱାର୍ଟରରେ ଦଳକୁ ଅଗ୍ରଣୀ କରିଥିଲେ। ୨୪ତମ ମିନିଟରେ ଭାରତର ମନଦୀପ ସିଂ ଗୋଲଟି ପରିଶୋଧ କରିବାରୁ ପ୍ରଥମାର୍ଦ୍ଧ ବେଳକୁ ମ୍ୟାଚ ୧-୧ ହୋଇ ଯାଇଥିଲା।

ପରେ ୩୪ତମ ମିନିଟରେ ଭାରତର ବିବେକ ସାଗର ପ୍ରସାଦ ଓ ୫୩ତମ ମିନିଟରେ ନ୍ୟୁଜିଲାଣ୍ଡର ସିମନ ଚିଲ୍ଡ ଗୋଟିଏ ଲେଖାଏ ଗୋଲ ଦେବାରୁ ମ୍ୟାଚ ୨-୨ରେ ପହଞ୍ଚତ୍ଥିଲା। ମାତ୍ର ଶେଷ ମୁହୂର୍ତ୍ତରେ ହରମନପ୍ରୀତଙ୍କ ଗୋଲ ଭାରତୀୟ ଶିବିରକୁ ଉଲ୍ଲସିତ କରିଥିଲା। ଗ୍ରୁପ୍‌ ‘ବି’ର ଅନ୍ୟ ୨ଟି ମ୍ୟାଚରେ ବେଲଜିୟମ ୨-୦ରେ ଆୟର୍ଲାଣ୍ଡ ଓ ଅଷ୍ଟ୍ରେଲିଆ ୧-୦ରେ ଆର୍ଜେଣ୍ଟିନାକୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri