Posted inଖେଳ

ଅଲିମ୍ପିକ୍ସ: ଅନୁୟାଙ୍କୁ ସ୍ବର୍ଣ୍ଣ, ପ୍ରାଞ୍ଜଳିଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୧୭ା୧୧: ଭାରତର ଅନୁୟା ପ୍ରସାଦ ଓ ପ୍ରଞ୍ଜଳି ପ୍ରଶାନ୍ତ ଧୂମଲ ଟୋକିଓଠାରେ ଚାଲିଥିବା ବଧିରଅଲିମ୍ପିକ୍ସର ୧୦ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଯଥାକ୍ରମେ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ଅଧିକାର କରି ଯଥାକ୍ରମେ ସ୍ବର୍ଣ୍ଣ ଓ ରୌପ୍ୟ ହାସଲ କରିଛନ୍ତି। ଅନୁୟା ବଧିର ଫାଇନାଲ ବିଶ୍ୱ ରେକର୍ଡ ସହ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରାଞ୍ଜଳି କ୍ୱାଲିଫିକେଶନ ବିଶ୍ୱ ରେକର୍ଡ ସ୍କୋର ସହ ଫାଇନାଲ ପର୍ଯ୍ୟାୟକୁ ଉନ୍ନୀତ ହୋଇଥିଲେ।

ଅନ୍ୟପକ୍ଷେ ପୁରୁଷ ୧୦ମିଟର ଏୟାର ପିସ୍ତଲରେ ଅଭିନବ ଦେଶଓ୍ବାଲ କ୍ୱାଲିଫିକେଶନ ବିଶ୍ୱ ରେକର୍ଡ ସହ ରୌପ୍ୟ ଜିତିଥିଲେ। ଫଳରେ ପ୍ରତିଯୋଗିତାର ଦୁଇ ଦିନ ପରେ ଭାରତର ପଦକ ସଂଖ୍ୟା ୭ରେ ପହଞ୍ଚିଛି। ହାଇଦ୍ରାବାଦରେ ଥିବା ଅଲିମ୍ପିଆନ ଗଗନ ନାରଙ୍ଗଙ୍କ ଶୁଟିଂ ଏକାଡେମୀରେ ଟ୍ରେପିଂ ନେଉଥିବା ୨୩ବର୍ଷୀୟ ଧନୁଷ ଶ୍ରୀକାନ୍ତ ୧୦ମିଟର ଏୟାର ରାଇଫଲରେ ସ୍ବର୍ଣ୍ଣ ଜିତିଥିଲେ। ଅନୁୟା କ୍ୱାଲିଫିକେଶନ ରାଉଣ୍ଡରେ ୫୬୪ ଶଟ୍‌ ସହ ୮ ଶୁଟରଙ୍କୁ ନେଇ ହୋଇଥିବା ଫାଇନାଲରେ ପ୍ରବେଶ କରିଥିବାବେଳେ ପ୍ରାଞ୍ଜଳି ପ୍ରିଲିମିନାରୀ ରାଉଣ୍ଡରେ ଚମତ୍କାର ୫୭୨ ସ୍କୋର ସହ କ୍ୱାଲିଫିକେଶନ ବିଶ୍ୱ ରେକର୍ଡ ସହ ୮ ଶୁଟରଙ୍କୁ ନେଇ ଅନୁଷ୍ଠିତ ଫାଇନାଲକୁ ଉନ୍ନୀତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri