ଓଡ଼ିଶାରେ ବଡ଼ ଘୋଷଣା କଲେ ଓମ ବିର୍ଲା! SC/ST ଜାତୀୟ ସମ୍ମିଳନୀରେ କହିଲେ…

ଭୁବନେଶ୍ୱର,୨୯।୮: ଆଜି ଓଡ଼ିଶା ଲୋକସେବା ଭବନର କନଭେନସନ ସେଣ୍ଟରଠାରେ ଦୁଇଦିନିଆ ଜାତୀୟ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଯାହାକୁ ଲୋକ ସଭା ବାଚସ୍ପତି ଓମ ବିର୍ଲା ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ଓମ ବିର୍ଲା ଉଦ୍‌ବୋଧନ ଦେଇ କହିଛନ୍ତି, ଦେଶରେ ସମାବେଶୀ ବ୍ୟବସ୍ଥା ପ୍ରତିଷ୍ଠା କରିବାକୁ ହେବ । ଦେଶକୁ ଆଗକୁ ନେବାକୁ ହେଲେ ସବୁ ବର୍ଗର ଲୋକଙ୍କୁ ସାଥୀରେ ନେଇ ଚାଲିବା। ସମସ୍ତଙ୍କୁ ନ୍ୟାୟ, ସମସ୍ତଙ୍କୁ ସେମାନଙ୍କ ଅଧିକାର ଦେବାକୁ ହେବ। ଦେଶର ପ୍ରଥମ ମହିଳା ଆଦିବାସୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ମାଟିରୁ ଆସିଛନ୍ତି। ଦେଶର ଲୋକତନ୍ତ୍ର, ଗଣତନ୍ତ୍ରର ଶକ୍ତି ପୂରା ବିଶ୍ୱକୁ ଅବଗତ କରାଉଛନ୍ତି। SC/ST ବଜେଟ ଆବଣ୍ଟନର ସମୀକ୍ଷା ହେବା ଜରୁରୀ। ରୋଜଗାର ଆର୍ଥିକ ଶକ୍ତି କ୍ଷେତ୍ରରେ ପରିବର୍ତ୍ତନ ଜରୁରୀ। କେଉଁ ଯୋଜନା କଲେ ଦଳିତ ଆଦିବାସୀ ଉପକୃତ ହେବେ ଚିନ୍ତା କରିବା ଜରୁରୀ, ଆବଶ୍ୟକତା ଅନୁସାରେ ସେମାନଙ୍କୁ ଅଧିକାର ଦେବାକୁ ହେବ।

ଅନ୍ୟପଟେ, SC/ST ଜାତୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝି କହିଛନ୍ତି, ଦେଶର ବିକାଶ ପାଇଁ SC/STଙ୍କ ଉତ୍ଥାନ ଜରୁରୀ । ଓଡ଼ିଶା ଜନସଂଖ୍ୟାର ୪୦% ହେଉଛନ୍ତି ଆଦିବାସୀ ଓ ଦଳିତ। ୨୩% ଆଦିବାସୀ ଓ ୧୭ ପ୍ରତିଶତ ହେଉଛନ୍ତି ଦଳିତ। ନିକଟରେ ନିଟ ପାସ କରିଥିବା ଦିଦାୟୀ ଆଦିବାସୀ ଝିଅଙ୍କୁ ଭେଟିଥିଲି। ଆମର ବର୍ତ୍ତମାନ ଭଲ ଅଛି, ଭବିଷ୍ୟତ ଆହୁରି ଭଲ ରହିବ। ପଲ୍ଲୀଠୁ ନେଇ ଦିଲ୍ଲୀ ଯାଏଁ ସାମ୍ବିଧାନିକ ବ୍ୟବସ୍ଥା ଚାଲିଛି। ହଜାର ହଜାର ବର୍ଷ ଧରି ଆମେ ଉତ୍ପୀଡ଼ନ ସହିଥିଲୁ। ଅସ୍ପୃଶ୍ୟତାର ଶିକାର ହୋଇଥିଲୁ, କିନ୍ତୁ ସମ୍ବିଧାନ ଆମକୁ ଅଧିକାର ଦେଲା। ଆମେ ସଶକ୍ତୀକରଣ ନହେଲେ ଯେତେ ଯୋଜନା କଲେ ବି ସୁଫଳ ମିଳିବନି। ଆମର ଉତ୍ଥାନ ନ ହେବା ଯାଏଁ ରାଜ୍ୟର ବିକାଶ ହୋଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?