Posted inଜାତୀୟ

ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା ହେଲେ ଓମାର ଅବଦୁଲ୍ଲା

ନୂଆଦିଲ୍ଲୀ,୧୦।୧୦: ନ୍ୟାଶନାଲ୍‌ କନଫରେନ୍ସ୍‌(ଏନସି) ବିଧାନସଭା ପାର୍ଟି ବୈଠକ ଆଜି ନୱାଇ ସୁବାହ ପାର୍ଟି ମୁଖ୍ୟାଳୟରେ ଆରମ୍ଭ ହୋଇଛି। ଏଥିରେ ଦଳର ନେତା ଏନସି ଫାରୁକ ଅବଦୁଲ୍ଲା, ଓମାର ଅବଦୁଲ୍ଲା ଏବଂ ସମସ୍ତ ନୂତନ ନିର୍ବାଚିତ ବିଧାୟକ ଉପସ୍ଥିତ ଥିଲେ। ଏହି ବୈଠକରେ ଓମାର ଅବଦୁଲ୍ଲା ସର୍ବସମ୍ମତି କ୍ରମେ ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି। ଏନ୍‌ସି ନେତା ସଲମାନ ସାଗର କହିଛନ୍ତି, ଯେତେବେଳେ ଆମେ ଓମାର ଅବଦୁଲ୍ଲାଙ୍କୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ମନୋନୀତ କରିଥିଲୁ ଏହା ଆମ ପାଇଁ ଏକ ଭାବପ୍ରବଣ ମୁହୂର୍ତ୍ତ ଥିଲା।

ଜମ୍ମୁ-କଶ୍ମୀରରେ ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଏବଂ କଂଗ୍ରେସର ମେଣ୍ଟ ସରକାର ଶପଥ ନେବା ପରେ ପ୍ରଥମ କ୍ୟାବିନେଟ୍‌ରେ ଅନୁଚ୍ଛେଦ ୩୭୦ ଉପରେ ସଂକଳ୍ପନାମା ପାରିତ କରାଯିବ। କେନ୍ଦ୍ରଶାସିତ ଅଞ୍ଚଳକୁ ରାଜ୍ୟ ମାନ୍ୟତା ଫେରାଇବା ପାଇଁ କେନ୍ଦ୍ର ଉପରେ ଚାପ ସୃଷ୍ଟି ଉଦ୍ଦେଶ୍ୟରେ ଏହି ଦାବି ଦୋହରାଯିବ ବୋଲି ଏନ୍‌ସି ଉପାଧ୍ୟକ୍ଷ ଓମାର ଅବ୍‌ଦୁଲ୍ଲା କହିଛନ୍ତି।

୨୦୧୯ ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ହଟାଇ ଦେଇଥିଲେ। ଏଥିସହ ଜମ୍ମୁ-କଶ୍ମୀର ଓ ଲଦାଖ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ସୃଷ୍ଟି କରିଥିଲେ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାନୁସାରେ ଜମ୍ମୁ-କଶ୍ମୀରରେ ୨୦୧୪ ପରେ ପ୍ରଥମ ଥର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଛି। ଏନ୍‌ସି ନିଜ ନିର୍ବାଚନୀ ଇସ୍ତାହାରରେ ୩୭୦କୁ ପୁନଃ ଅବସ୍ଥାପିତ କରାଇବା ପାଇଁ ପ୍ରତିଶ୍ରୁତି ଦେଇଥିଲା। କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଲଗାତର ଭାବେ ୩୭୦ ପ୍ରସଙ୍ଗ ଉଠାଇ କେନ୍ଦ୍ରର ମୋଦି ସରକାରଙ୍କୁ ସମାଲୋଚନା କରିଥିଲେ। ଏପରି କି ଇଣ୍ଡିଆ ବ୍ଲକ୍‌ ଆଗାମୀ ଦିନରେ ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରସ୍ତ ଦାବିରେ ସଡ଼କରୁ ସଂସଦ ପର୍ଯ୍ୟନ୍ତ ଆନ୍ଦୋଳନ କରିବ ବୋଲି ରାହୁଲ ନିର୍ବାଚନ ପ୍ରଚାର ବେଳେ କହିଥିଲେ। ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧ ମଧ୍ୟରେ ୩ ପର୍ଯ୍ୟାୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ଫଳ ଏନ୍‌ସି-କଂଗ୍ରେସ ମେଣ୍ଟ ସପକ୍ଷରେ ଯାଇଛି।

ସୂଚନାଯୋଗ୍ୟ,କଶ୍ମୀରବାସୀ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କ ଏନ୍‌ସିକୁ ୪୨ ଓ ସହଯୋଗୀ କଂଗ୍ରେସକୁ ୬ ଆସନରେ ବିଜୟୀ କରାଇଛନ୍ତି। ଏଥିସହ ତାଙ୍କ ପୁଅ ତଥା ଏନ୍‌ସି ଉପାଧ୍ୟକ୍ଷ ଓମାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri