Posted inଜାତୀୟ

କଂଗ୍ରେସକୁ ଓମାର ଅବଦୁଲ୍ଲାଙ୍କ ଅଲ୍ଟିମେଟମ:ଗୋଟିଏ ଦିନ ସମୟ ଦେଲୁ…ନଚେତ୍‌

ନୂଆଦିଲ୍ଳୀ,୧୧।୧୦: ଜମ୍ମୁ କଶ୍ମୀରର ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବାକୁ ଓମାର ଅବଦୁଲ୍ଲା ପ୍ରସ୍ତୁତ ଅଛନ୍ତି। ଏହାପୂର୍ବରୁ ସେ କହିଛନ୍ତି, ଜମ୍ମୁ କଶ୍ମୀରରେ ନ୍ୟାଶନାଲ୍‌ କନଫରେନ୍ସ(ଏନ୍‌ସି)ର ଆସନ ୪୬ରେ ପହଞ୍ଚିଛି। କାରଣ ୪ଟି ସ୍ବାଧୀନ ବିଧାୟକ ଦଳକୁ ସମର୍ଥନ କରିଛନ୍ତି। ବର୍ତ୍ତମାନ ସରକାର ଗଠନ ଦାବିରେ ଆମେ କଂଗ୍ରେସର ସମର୍ଥନ ପତ୍ରକୁ ଅପେକ୍ଷା କରିଛୁ। ଗୋଟିଏ ଦିନ ଭିତରେ ନିଷ୍ପତ୍ତି ନ ଶୁଣାଇଲେ ଆମେ ଆଗକୁ କ’ଣ ହେବ ଚିନ୍ତା କରିବୁ।

ନ୍ୟାଶନାଲ୍‌ କନଫରେନ୍ସ ଓମାର ଅବଦୁଲ୍ଲାଙ୍କୁ ବିଧାନସଭା ଦଳର ନେତା ଭାବରେ ମନୋନୀତ କରିଛି। ବିଧାୟକମାନଙ୍କୁ ଧନ୍ୟବାଦ ଜଣାଇ ଅବଦୁଲ୍ଲା କହିଛନ୍ତି, ମୋ ଉପରେ ବିଶ୍ୱାସ ଥିବାରୁ ଏନେଇ ବିଧାୟକମାନଙ୍କୁ ମୁଁ ହୃଦୟରୁ ଧନ୍ୟବାଦ ଦେଉଛି। ମୋତେ ସରକାର ଗଠନ ଦାବିରେ ଭାଗ ନେବାକୁ ଏକ ସୁଯୋଗ ବୋଲି ସେ କହିଛନ୍ତି।

ଜମ୍ମୁ-କଶ୍ମୀରରେ ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଏବଂ କଂଗ୍ରେସର ମେଣ୍ଟ ସରକାର ଶପଥ ନେବା ପରେ ପ୍ରଥମ କ୍ୟାବିନେଟ୍‌ରେ ଅନୁଚ୍ଛେଦ ୩୭୦ ଉପରେ ସଂକଳ୍ପନାମା ପାରିତ କରାଯିବ। କେନ୍ଦ୍ରଶାସିତ ଅଞ୍ଚଳକୁ ରାଜ୍ୟ ମାନ୍ୟତା ଫେରାଇବା ପାଇଁ କେନ୍ଦ୍ର ଉପରେ ଚାପ ସୃଷ୍ଟି ଉଦ୍ଦେଶ୍ୟରେ ଏହି ଦାବି ଦୋହରାଯିବ ବୋଲି ଏନ୍‌ସି ଉପାଧ୍ୟକ୍ଷ ଓମାର ଅବ୍‌ଦୁଲ୍ଲା କହିଛନ୍ତି।

୨୦୧୯ ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ହଟାଇ ଦେଇଥିଲେ। ଏଥିସହ ଜମ୍ମୁ-କଶ୍ମୀର ଓ ଲଦାଖ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ସୃଷ୍ଟି କରିଥିଲେ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାନୁସାରେ ଜମ୍ମୁ-କଶ୍ମୀରରେ ୨୦୧୪ ପରେ ପ୍ରଥମ ଥର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଛି। ଏନ୍‌ସି ନିଜ ନିର୍ବାଚନୀ ଇସ୍ତାହାରରେ ୩୭୦କୁ ପୁନଃ ଅବସ୍ଥାପିତ କରାଇବା ପାଇଁ ପ୍ରତିଶ୍ରୁତି ଦେଇଥିଲା। କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଲଗାତର ଭାବେ ୩୭୦ ପ୍ରସଙ୍ଗ ଉଠାଇ କେନ୍ଦ୍ରର ମୋଦି ସରକାରଙ୍କୁ ସମାଲୋଚନା କରିଥିଲେ। ଏପରି କି ଇଣ୍ଡିଆ ବ୍ଲକ୍‌ ଆଗାମୀ ଦିନରେ ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରସ୍ତ ଦାବିରେ ସଡ଼କରୁ ସଂସଦ ପର୍ଯ୍ୟନ୍ତ ଆନ୍ଦୋଳନ କରିବ ବୋଲି ରାହୁଲ ନିର୍ବାଚନ ପ୍ରଚାର ବେଳେ କହିଥିଲେ। ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧ ମଧ୍ୟରେ ୩ ପର୍ଯ୍ୟାୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ଫଳ ଏନ୍‌ସି-କଂଗ୍ରେସ ମେଣ୍ଟ ସପକ୍ଷରେ ଯାଇଛି।

ସୂଚନାଯୋଗ୍ୟ,କଶ୍ମୀରବାସୀ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କ ଏନ୍‌ସିକୁ ୪୨ ଓ ସହଯୋଗୀ କଂଗ୍ରେସକୁ ୬ ଆସନରେ ବିଜୟୀ କରାଇଛନ୍ତି। ଏଥିସହ ତାଙ୍କ ପୁଅ ତଥା ଏନ୍‌ସି ଉପାଧ୍ୟକ୍ଷ ଓମାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri