Posted inଜାତୀୟ

କଂଗ୍ରେସକୁ ଓମାର ଅବଦୁଲ୍ଲାଙ୍କ ଅଲ୍ଟିମେଟମ:ଗୋଟିଏ ଦିନ ସମୟ ଦେଲୁ…ନଚେତ୍‌

ନୂଆଦିଲ୍ଳୀ,୧୧।୧୦: ଜମ୍ମୁ କଶ୍ମୀରର ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବାକୁ ଓମାର ଅବଦୁଲ୍ଲା ପ୍ରସ୍ତୁତ ଅଛନ୍ତି। ଏହାପୂର୍ବରୁ ସେ କହିଛନ୍ତି, ଜମ୍ମୁ କଶ୍ମୀରରେ ନ୍ୟାଶନାଲ୍‌ କନଫରେନ୍ସ(ଏନ୍‌ସି)ର ଆସନ ୪୬ରେ ପହଞ୍ଚିଛି। କାରଣ ୪ଟି ସ୍ବାଧୀନ ବିଧାୟକ ଦଳକୁ ସମର୍ଥନ କରିଛନ୍ତି। ବର୍ତ୍ତମାନ ସରକାର ଗଠନ ଦାବିରେ ଆମେ କଂଗ୍ରେସର ସମର୍ଥନ ପତ୍ରକୁ ଅପେକ୍ଷା କରିଛୁ। ଗୋଟିଏ ଦିନ ଭିତରେ ନିଷ୍ପତ୍ତି ନ ଶୁଣାଇଲେ ଆମେ ଆଗକୁ କ’ଣ ହେବ ଚିନ୍ତା କରିବୁ।

ନ୍ୟାଶନାଲ୍‌ କନଫରେନ୍ସ ଓମାର ଅବଦୁଲ୍ଲାଙ୍କୁ ବିଧାନସଭା ଦଳର ନେତା ଭାବରେ ମନୋନୀତ କରିଛି। ବିଧାୟକମାନଙ୍କୁ ଧନ୍ୟବାଦ ଜଣାଇ ଅବଦୁଲ୍ଲା କହିଛନ୍ତି, ମୋ ଉପରେ ବିଶ୍ୱାସ ଥିବାରୁ ଏନେଇ ବିଧାୟକମାନଙ୍କୁ ମୁଁ ହୃଦୟରୁ ଧନ୍ୟବାଦ ଦେଉଛି। ମୋତେ ସରକାର ଗଠନ ଦାବିରେ ଭାଗ ନେବାକୁ ଏକ ସୁଯୋଗ ବୋଲି ସେ କହିଛନ୍ତି।

ଜମ୍ମୁ-କଶ୍ମୀରରେ ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଏବଂ କଂଗ୍ରେସର ମେଣ୍ଟ ସରକାର ଶପଥ ନେବା ପରେ ପ୍ରଥମ କ୍ୟାବିନେଟ୍‌ରେ ଅନୁଚ୍ଛେଦ ୩୭୦ ଉପରେ ସଂକଳ୍ପନାମା ପାରିତ କରାଯିବ। କେନ୍ଦ୍ରଶାସିତ ଅଞ୍ଚଳକୁ ରାଜ୍ୟ ମାନ୍ୟତା ଫେରାଇବା ପାଇଁ କେନ୍ଦ୍ର ଉପରେ ଚାପ ସୃଷ୍ଟି ଉଦ୍ଦେଶ୍ୟରେ ଏହି ଦାବି ଦୋହରାଯିବ ବୋଲି ଏନ୍‌ସି ଉପାଧ୍ୟକ୍ଷ ଓମାର ଅବ୍‌ଦୁଲ୍ଲା କହିଛନ୍ତି।

୨୦୧୯ ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ହଟାଇ ଦେଇଥିଲେ। ଏଥିସହ ଜମ୍ମୁ-କଶ୍ମୀର ଓ ଲଦାଖ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ସୃଷ୍ଟି କରିଥିଲେ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାନୁସାରେ ଜମ୍ମୁ-କଶ୍ମୀରରେ ୨୦୧୪ ପରେ ପ୍ରଥମ ଥର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଛି। ଏନ୍‌ସି ନିଜ ନିର୍ବାଚନୀ ଇସ୍ତାହାରରେ ୩୭୦କୁ ପୁନଃ ଅବସ୍ଥାପିତ କରାଇବା ପାଇଁ ପ୍ରତିଶ୍ରୁତି ଦେଇଥିଲା। କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଲଗାତର ଭାବେ ୩୭୦ ପ୍ରସଙ୍ଗ ଉଠାଇ କେନ୍ଦ୍ରର ମୋଦି ସରକାରଙ୍କୁ ସମାଲୋଚନା କରିଥିଲେ। ଏପରି କି ଇଣ୍ଡିଆ ବ୍ଲକ୍‌ ଆଗାମୀ ଦିନରେ ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରସ୍ତ ଦାବିରେ ସଡ଼କରୁ ସଂସଦ ପର୍ଯ୍ୟନ୍ତ ଆନ୍ଦୋଳନ କରିବ ବୋଲି ରାହୁଲ ନିର୍ବାଚନ ପ୍ରଚାର ବେଳେ କହିଥିଲେ। ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧ ମଧ୍ୟରେ ୩ ପର୍ଯ୍ୟାୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ଫଳ ଏନ୍‌ସି-କଂଗ୍ରେସ ମେଣ୍ଟ ସପକ୍ଷରେ ଯାଇଛି।

ସୂଚନାଯୋଗ୍ୟ,କଶ୍ମୀରବାସୀ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କ ଏନ୍‌ସିକୁ ୪୨ ଓ ସହଯୋଗୀ କଂଗ୍ରେସକୁ ୬ ଆସନରେ ବିଜୟୀ କରାଇଛନ୍ତି। ଏଥିସହ ତାଙ୍କ ପୁଅ ତଥା ଏନ୍‌ସି ଉପାଧ୍ୟକ୍ଷ ଓମାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri