ପହଲଗାମ ଆତଙ୍କବାଦୀ ଆକ୍ରମଣ: ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲା ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ସିଏମଓ ଦ୍ୱାରା ଜାରି ଏକ ବିବୃତ୍ତିରେ କୁହାଯାଇଛି,ଏହି ଆକ୍ରମଣରେ ଗୁରୁତର ଆହତ ହୋଇଥିବା ବ୍ୟକ୍ତିଙ୍କୁ ୨ ଲକ୍ଷ ଟଙ୍କା ମିଳିବ। ସାମାନ୍ୟ ଆହତଙ୍କୁ ୧ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଦିଆଯିବ।

କେନ୍ଦ୍ର ଶାସିତ ପ୍ରଦେଶର ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲା ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ଏକ ଘୃଣ୍ୟ ଆକ୍ରମଣ ବୋଲି କହିଛନ୍ତି। ସେ କହିଛନ୍ତି, ନିରୀହ ନାଗରିକଙ୍କ ଉପରେ ହୋଇଥିବା ବର୍ବର ଏବଂ ଅର୍ଥହୀନ ଆକ୍ରମଣରେ ମୁଁ ଗଭୀର ଭାବରେ ମର୍ମାହତ।

ଅବଦୁଲ୍ଲା କହିଛନ୍ତି, ପହଲଗାମରେ ହୋଇଥିବା ଜଘନ୍ୟ ଆତଙ୍କବାଦୀ ଆକ୍ରମଣରେ ମୁଁ ଗଭୀର ଦୁଃଖିତ। ନିର୍ଦ୍ଦୋଷ ନାଗରିକଙ୍କ ବିରୋଧରେ ଏହି ବର୍ବର ଏବଂ ଅର୍ଥହୀନ ନିଷ୍ଠୁରତାର ଆମ ସମାଜରେ କୌଣସି ସ୍ଥାନ ନାହିଁ। ଆମେ ଏହି ଘଟଣାର ଦୃଢ଼ ନିନ୍ଦା କରୁଛୁ।

ଜମ୍ମୁ ଏବଂ କଶ୍ମୀରର ସିଏମଓ କାର୍ଯ୍ୟାଳୟ ପକ୍ଷରୁ ଏହି ସମ୍ପର୍କରେ କୁହାଯାଇଛି ଯେ, ଆମେ ହରାଇଥିବା ମୂଲ୍ୟବାନ ଜୀବନ ପାଇଁ ସମବେଦନା ଜଣାଉଛୁ। ଆତଙ୍କବାଦୀ ଆକ୍ରମଣରେ ନିରୀହ ସାଧାରଣ ଲୋକଙ୍କ ଜୀବନହାନୀ ପାଇଁ କୌଣସି ପରିମାଣର ଟଙ୍କା କ୍ଷତିପୂରଣ ଦେଇପାରିବ ନାହିଁ। ଏହା ସତ୍ତ୍ୱେ, ଜମ୍ମୁ-କାଶ୍ମୀର ସରକାର ମୃତକଙ୍କ ପରିବାରକୁ ପ୍ରତ୍ୟେକଙ୍କୁ ୧୦ ଲକ୍ଷ ଟଙ୍କା, ଗୁରୁତର ଆହତଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ସାମାନ୍ୟ ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ପୀଡିତମାନଙ୍କୁ ସେମାନଙ୍କ ଘରକୁ ଫେରାଇ ଆଣିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ଆହତମାନଙ୍କୁ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି। ଆମେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଆମର ସମବେଦନା ପ୍ରକାଶ କରୁଛୁ। ଏହି ଦୁଃଖର ସମୟରେ ଜମ୍ମୁ ଏବଂ କଶ୍ମୀର ସରକାର ଆପଣଙ୍କ ସହିତ ଅଛନ୍ତି। ଆତଙ୍କବାଦ କେବେ ବି ଆମର ସଂକଳ୍ପକୁ ଭାଙ୍ଗିପାରିବ ନାହିଁ। ଏହି ବର୍ବରତା ପଛରେ ଥିବା ଲୋକଙ୍କୁ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଆମେ ବିଶ୍ରାମ ନେବୁ ନାହିଁ ବୋଲି ସିଏମଓ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, କିଛିଦିନର ନୀରବତା ପରେ ଜମ୍ମୁ-କଶ୍ମୀରରେ ପୁଣି ରକ୍ତମୁଖା ହୋଇଛନ୍ତି ଆତଙ୍କବାଦୀ। ପହଲଗାମ୍‌ ଜିଲାରେ ସେମାନେ ମଙ୍ଗଳବାର ଅପରାହ୍ନ ୩ଟାରେ ବଡ଼ଧରଣର ଆକ୍ରମଣ କରିଛନ୍ତି। ପ୍ରାକୃତିକ ଶୋଭାରାଜି ପାଇଁ ‘ମିନି ସୁଇଜରଲାଣ୍ଡ’ ଭାବେ ପରିଚିତ ଦକ୍ଷିଣ କଶ୍ମୀରର ମୁଖ୍ୟ ପର୍ଯ୍ୟଟନସ୍ଥଳ ବୈସରନ୍‌ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି) ସଦସ୍ୟମାନେ ଅନୂ୍ୟନ ୫୦ ରାଉଣ୍ଡ ଗୁଳି ଚଳାଇଛନ୍ତି। ଏହି ଅତର୍କିତ ଆକ୍ରମଣରେ ଜଣେ ଓଡ଼ିଆ ଓ ୨ ଜଣ ବିଦେଶୀଙ୍କ ସମେତ ୨୬ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ଆହତଙ୍କୁ ଉଦ୍ଧାର କରିବା ପାଇଁ ସେନା ହେଲିକପ୍ଟରକୁ ନିୟୋଜିତ କରାଯାଇଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସାଉଦି ଗସ୍ତ ଛାଡ଼ି ଭାରତ ଫେରି ଆସିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବିମାନ ବନ୍ଦରରେ ସଦ୍ୟତମ ପରିସ୍ଥିତି ସମ୍ପର୍କରେ ଏକ ବୈଠକ କରିଛନ୍ତି। ଏଥିରେ NSA ଅଜିତ ଡୋଭାଲ ଉପସ୍ଥିତ ଥିଲେ। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ କଶ୍ମୀର ଯାଇ ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନା ଏବଂ ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲାଙ୍କ ସହିତ ପରିସ୍ଥିତି ସମୀକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?