Posted inଜାତୀୟ

ନୂଆ ସଂସଦ ଭବନ ଉଦ୍‌ଘାଟନକୁ ନେଇ ବିରୋଧୀଙ୍କ ବୟକଟ୍‌ ବେଳେ ଓମାର ଅବଦୁଲ୍ଲା କଲେ ପ୍ରଶଂସା, କହିଲେ ନୂଆ ସଂସଦ ଭବନ ସ୍ବାଗତ ଯୋଗ୍ୟ

ନୂଆଦିଲ୍ଲୀ,୨୭।୫: ବିରୋଧୀ ଦଳ ଦୂଆ ସଂସଦ ଭବନକୁ ବୟକଟ୍‌ କରିଥିବାବେଳେ ଓମାର ଅବଦୁଲ୍ଲାଙ୍କ ଭିନ୍ନ ମତ ପ୍ରକାଶ ପାଇଛି। ଆସନ୍ତା କାଲି ରବିବାର ନୂଆ ସଂସଦ ଭବନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ମୋଦିଙ୍କ ଦ୍ୱାରା ସଂସଦ ଭବନ ଉଦ୍‌ଘାଟନୀକୁ ବହୁ ବିରୋଧୀ ଦଳ ସମାଲୋଚନା କରିଥିବାବେଳେ ଉଦଘାଟନୀ ସମାରୋହକୁ ବର୍ଜନ କରିଛନ୍ତି। ତେବେ ଏମଧ୍ୟରେ ନ୍ୟାଶନାଲ କନଫରେନ୍ସର ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଏହାକୁ ପ୍ରଶଂସା କରିଛନ୍ତିି।

ସେ କହିଛନ୍ତି, ନୂଆ ସଂସଦ ଭବନ ସ୍ବାଗତଯୋଗ୍ୟ ଏବଂ ଏହା ବହୁତ ସୁନ୍ଦର ଦେଖାଯାଉଛି। ଉମର ଅବଦୁଲ୍ଲା ଏପରି ସମୟରେ ଏଭଳି ମନ୍ତବ୍ୟ ଦେଇଛନ୍ତି ଯେଉଁ ସମୟରେ ତାଙ୍କ ଦଳ ସମେତ ଅନେକ ବିରୋଧୀ ଦଳ ନୂଆ ସଂସଦ ଭବନ ଉଦ୍‌ଘାଟନ କାର୍ଯ୍ୟକ୍ରମକୁ ବର୍ଜନ କରିବାକୁ ଘୋଷଣା କରିଛନ୍ତି। ଯେତେବେଳେ ସେ ଲୋକସଭା ସଦସ୍ୟ ଥିଲେ, ସେତେବେଳେ ତାଙ୍କର ଅନେକ ସହକର୍ମୀ ଏକ ନୂଆ ତଥା ଉନ୍ନତ ସଂସଦ ଭବନର ଆବଶ୍ୟକତା ବିଷୟରେ କଥାବାର୍ତ୍ତା କରୁଥିଲେ ବୋଲି ସେ କହିଛନ୍ତି।

ସେ ଟ୍ବିଟ୍‌ କରି କହିଛନ୍ତି, ନୂଆ ସଂସଦ ଭବନ ଉଦ୍‌ଘାଟନକୁ ନେଇ ଚାଲିଥିବା ବିବାଦ କିଛି କ୍ଷଣ ଅଲଗା ରଖି ଦିଅନ୍ତୁ। ନୂଆ ସଂସଦ ଭବନ ଭବ୍ୟ ଏବଂ ସ୍ବାଗତଯୋଗ୍ୟ ହୋଇଛି। ପୁରୁଣା ସଂସଦ ଭବନ ଭାରତ ଇତିହାସରେ ଅଦ୍ଭୁତପୂର୍ବ ଅବଦାନ ରହିଛି। ଏକ ନୂତନ ସଂସଦ ଭବନର ଆବଶ୍ୟକତା ବିଷୟରେ ଆମ ଭିତରୁ ଅନେକେ କଥାବାର୍ତ୍ତା ହେଉଥିଲେ। ଆସନ୍ତକାଲି ଏହା ଉଦ୍‌ଘାଟନ ହେବ। ଏହା ବହୁତ ସୁନ୍ଦର ଏବଂ ଅଦ୍ଭୁତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ତୈଳ ଦର ପୁଣି ବଢ଼ିଲା, ବଜାରରେ ଅନିଶ୍ଚିତତା

ନ୍ୟୁୟର୍କ/ମୁମ୍ବାଇ,୧୦।୪(ଏ.ପି./ପି.ଟି.): ଲେବାନନ୍‌ରେ ଇସ୍ରାଏଲ୍‌ର ଧ୍ୱଂସଲୀଳା ଦେଖି ଇରାନ୍‌ ପ୍ରତିକ୍ରିୟାଶୀଳ ହୋଇଉଠିଛି । ଫେବୃଆରୀ ୨୮ରେ ଆମେରିକା-ଇସ୍ରାଏଲ୍‌ର ଜଏଣ୍ଟ ଷ୍ଟ୍ରାଇକ୍‌ ପରେ ଯେଉଁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଅଶୋଧିତ…

ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM

ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri