Posted inଜାତୀୟ

ଥରିଲା ଉତ୍ତର ଭାରତ: କମ୍ବଳ ନେଇ ଦୌଡିଲେ ଉମର ଅବଦୁଲ୍ଲା

ନୂଆଦିଲ୍ଲୀ,୧୩ ।୨: ଦିଲ୍ଲୀ-ଏନ୍‌ସିଆର୍ ସମେତ ସମ୍ପୂର୍ଣ୍ଣ ଉତ୍ତର ଭାରତ ଶୁକ୍ରବାର ରାତିରେ ଭୂକମ୍ପ ଝଟ୍‌କାରେ ଥରି ଉଠିଥିଲା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୩ ଥିବା ଜଣାପଡିଥିଲା । ଏହାର କେନ୍ଦ୍ରସ୍ଥଳ ତାଜିକିସ୍ତାନର ଭୂମିଠାରୁ ପାଖାପାଖି ୯୦ କିଲୋମିଟର ଗଭିରରେ ଥିଲା । ତେବେ ଭୂକମ୍ପ ପ୍ରଭାବରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ । ଏହି ସମୟରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଭିଡିଓ କନଫରେନ୍ସିଂ ଜରିଆରେ ସିକାଗୋ ବିଶ୍ୱବିଦ୍ୟାଳୟର ଛାତ୍ରଙ୍କ ସହ କଥା ହେଉଥିଲେ । ଆଉ ଭୂକମ୍ପ ହେବା ପରେ ରାହୁଲ କହିଥିଲେ କୋଠରି ଦୋହଲୁଛି ବୋଲି । ଅନ୍ୟପଟେ ନ୍ୟାଶନାଲ କନଫରେନ୍ସ ନେତା ଉମର ଅବଦୁଲ୍ଲା ଭୂକମ୍ପ ହେଉଥିବା ଜାଣିପାରି ଘର ବାହାରକୁ ବାହାରି ଆସିଥିଲେ । ଏହାପରେ ଏବେ ସେ ଟୁଇଟ୍ କରି କହିଛନ୍ତି ଯେ ୨୦୦୫ ପରେ ଶ୍ରୀନଗରରେ ଭୂକମ୍ପର ଝଟକା ଅନୁଭବ କଲି । ହେଲେ ମୁଁ କିଛି ନ ବୁଝି କମ୍ବଳ ଧରିବାହାରକୁ ବାହାରି ଆସିଲି । ଏମିତିକି ନିଜ ଫୋନ୍ ଆଣିବାକୁ ବି ଭୁଲିଗଲି । ସେଥିପାଇଁ ଯେତେବେଳେ ଭୂକମ୍ପ ହେଉଥିଲା ସେତେବେଳେ ମୁଁ ‘ଭୂକମ୍ପ’ ଟୁଇଟ୍ କରିପାରିଲି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri