ଓମ୍ବାଡସି ସିଇଓଙ୍କ ଦୁଇଦିନିଆ କେନ୍ଦୁଝର ଗସ୍ତ

କେନ୍ଦୁଝର, ୧୨।୬(ଡି.ଏନ୍‌.ଏ.) ଓଏମ୍‌ବିଏଡିସି (ଓଡ଼ିଶା ମିନେରାଲ ବିୟରିଂ ଏରିଆସ୍‌ ଡେଭଲପମେଣ୍ଟ କର୍ପୋରେଶନ) ସିଇଓ ଜି. ରାଜେଶ ଦୁଇଦିନିଆ କେନ୍ଦୁଝର ଗସ୍ତରେ ଆସି ଶୁକ୍ରବାର ଜିଲା ମୁଖ୍ୟ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବାୟୁ ପ୍ରଦୂଷଣ ଯାଞ୍ଚ କରିବାକୁ ଲାଗିଥିବା ସିଏଏକ୍ୟୁଏମ୍‌ଏସ୍‌ ପରିଦର୍ଶନ କରିଥିଲେ। ରାସ୍ତାରେ ଯାଉଥିବା ଲୋକଙ୍କୁ ଏହାର ଡିସପ୍ଲେ ବୋର୍ଡ ଦୃଶ୍ୟମାନ ହେଉ ନ ଥିବାରୁ ଡିସପ୍ଲେ ବୋର୍ଡ ଉଚ୍ଚତା ବଢାଇବାକୁ କହିଥିଲେ। ଏହାପରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟରେ ହୋଇଥିବା ଶତବାର୍ଷିକୀ କୋଠା ଏବଂ ଷ୍ଟାଫ କ୍ୱାର୍ଟର୍ସ ପରିଦର୍ଶନ କରିଥିଲେ। ବାଂଶପାଳ ବ୍ଲକ ତଳଚମ୍ପେଇ ଠାରେ ହୋଇଥିବା ଓଡ଼ିିଶା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରିଥିଲେ। ଅନୁସୂଚିତ ଜାତି ଓ ଜନଜାତି ବିଭାଗ ପରିଚାଳିତ ଗୋନାସିକା ହାଇସ୍କୁଲରେ ଓମ୍ବାଡସି ଅର୍ଥରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ, ଷ୍ଟାଫ କ୍ୱାର୍ଟର୍ସ ଓ ଶ୍ରେଣୀ ଗୃହ ପରିଦର୍ଶନ କରିଥିଲେ। ଶନିବାର ମୃତ୍ତିକା ସଂରକ୍ଷଣ ଏବଂ ଜଳ ବିଭାଜିକା ବିଭାଗ ଦ୍ୱାରା ଯୋଡା ବ୍ଲକର ବିରିକଳା ପଞ୍ଚାୟତର ବଳିତା ଗ୍ରାମରେ ଓମ୍ବାଡସି ଯୋଜନାରେ କରାଯାଇଥିବା ଚେକ୍‌ଡ୍ୟାମ୍‌ ମଧ୍ୟ ପରିଦର୍ଶନ କରିଥିଲେ। ଏହି କ୍ରମରେ ଉପସ୍ଥିତ ଥିବା ଚାଷୀମାନଙ୍କୁ ଚେକ୍‌ଡ୍ୟାମ୍‌ରେ ଗଚ୍ଛିତ ଥିବା ଜଳକୁ ଉପଯୋଗ କରି ଖରାଟିଆ ଫସଲ ଚାଷ କରିବା ପାଇଁ ପରାମର୍ଶ ଦେଇଥିଲେ। ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କୁ ଏଥିନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ପାଇଁ ପରାମର୍ଶ ଦେଇଥିଲେ। ଗସ୍ତ ସମୟରେ ଜଳ ବିଭାଜିକା ନିର୍ଦ୍ଦେଶକ ସୁଶାନ୍ତ କୁମାର ମଲ୍ଲିକ, ସହକାରୀ ପ୍ରକଳ୍ପ ନିର୍ଦ୍ଦେଶକ ବନମାଳି ପାତ୍ର ଏବଂ ପ୍ରକଳ୍ପ ସହଯୋଗୀ ପ୍ରଭାତ କୁମାର ସେଠୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri