ଓମ୍ବାଡସି ସିଇଓଙ୍କ ଦୁଇଦିନିଆ କେନ୍ଦୁଝର ଗସ୍ତ

କେନ୍ଦୁଝର, ୧୨।୬(ଡି.ଏନ୍‌.ଏ.) ଓଏମ୍‌ବିଏଡିସି (ଓଡ଼ିଶା ମିନେରାଲ ବିୟରିଂ ଏରିଆସ୍‌ ଡେଭଲପମେଣ୍ଟ କର୍ପୋରେଶନ) ସିଇଓ ଜି. ରାଜେଶ ଦୁଇଦିନିଆ କେନ୍ଦୁଝର ଗସ୍ତରେ ଆସି ଶୁକ୍ରବାର ଜିଲା ମୁଖ୍ୟ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବାୟୁ ପ୍ରଦୂଷଣ ଯାଞ୍ଚ କରିବାକୁ ଲାଗିଥିବା ସିଏଏକ୍ୟୁଏମ୍‌ଏସ୍‌ ପରିଦର୍ଶନ କରିଥିଲେ। ରାସ୍ତାରେ ଯାଉଥିବା ଲୋକଙ୍କୁ ଏହାର ଡିସପ୍ଲେ ବୋର୍ଡ ଦୃଶ୍ୟମାନ ହେଉ ନ ଥିବାରୁ ଡିସପ୍ଲେ ବୋର୍ଡ ଉଚ୍ଚତା ବଢାଇବାକୁ କହିଥିଲେ। ଏହାପରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟରେ ହୋଇଥିବା ଶତବାର୍ଷିକୀ କୋଠା ଏବଂ ଷ୍ଟାଫ କ୍ୱାର୍ଟର୍ସ ପରିଦର୍ଶନ କରିଥିଲେ। ବାଂଶପାଳ ବ୍ଲକ ତଳଚମ୍ପେଇ ଠାରେ ହୋଇଥିବା ଓଡ଼ିିଶା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରିଥିଲେ। ଅନୁସୂଚିତ ଜାତି ଓ ଜନଜାତି ବିଭାଗ ପରିଚାଳିତ ଗୋନାସିକା ହାଇସ୍କୁଲରେ ଓମ୍ବାଡସି ଅର୍ଥରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ, ଷ୍ଟାଫ କ୍ୱାର୍ଟର୍ସ ଓ ଶ୍ରେଣୀ ଗୃହ ପରିଦର୍ଶନ କରିଥିଲେ। ଶନିବାର ମୃତ୍ତିକା ସଂରକ୍ଷଣ ଏବଂ ଜଳ ବିଭାଜିକା ବିଭାଗ ଦ୍ୱାରା ଯୋଡା ବ୍ଲକର ବିରିକଳା ପଞ୍ଚାୟତର ବଳିତା ଗ୍ରାମରେ ଓମ୍ବାଡସି ଯୋଜନାରେ କରାଯାଇଥିବା ଚେକ୍‌ଡ୍ୟାମ୍‌ ମଧ୍ୟ ପରିଦର୍ଶନ କରିଥିଲେ। ଏହି କ୍ରମରେ ଉପସ୍ଥିତ ଥିବା ଚାଷୀମାନଙ୍କୁ ଚେକ୍‌ଡ୍ୟାମ୍‌ରେ ଗଚ୍ଛିତ ଥିବା ଜଳକୁ ଉପଯୋଗ କରି ଖରାଟିଆ ଫସଲ ଚାଷ କରିବା ପାଇଁ ପରାମର୍ଶ ଦେଇଥିଲେ। ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କୁ ଏଥିନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ପାଇଁ ପରାମର୍ଶ ଦେଇଥିଲେ। ଗସ୍ତ ସମୟରେ ଜଳ ବିଭାଜିକା ନିର୍ଦ୍ଦେଶକ ସୁଶାନ୍ତ କୁମାର ମଲ୍ଲିକ, ସହକାରୀ ପ୍ରକଳ୍ପ ନିର୍ଦ୍ଦେଶକ ବନମାଳି ପାତ୍ର ଏବଂ ପ୍ରକଳ୍ପ ସହଯୋଗୀ ପ୍ରଭାତ କୁମାର ସେଠୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri