ଓଏମ୍‌ସି ସମ୍ମାନିତ

ଭୁବନେଶ୍ୱର, ୧୮।୮: ଓଡ଼ିଶା ଖଣି ନିଗମ (ଓଏମ୍‌ସି)କୁ ନିକଟରେ ଆଉ ଏକ ରାଜସ୍ତରୀୟ ସମ୍ମାନରେ ସମ୍ମାନିତ କରାଯାଇଛି। ଓଡ଼ିଶା ସରକାରଙ୍କ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ଓଏମ୍‌ସିର ଚିତ୍ତାକର୍ଷକ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନୀ ପାଇଁ ଏହି ପୁରସ୍କାର ଲାଭ କରିଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶା ସରକାରଙ୍କ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଏମ୍‌ସିକୁ ସ୍ବତନ୍ତ୍ର ସମ୍ମାନରେ ସମ୍ମାନିତ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଓଏମ୍‌ସିର ନିର୍ଦ୍ଦେଶକ (ମାନବ ସମ୍ବଳ) ଆଲୋକ କୁମାର ପାଳ ଏବଂ ଲୋକ ସମ୍ପର୍କ ଅଧିକାରୀ ସନ୍ଦୀପ କୁମାର ସେଠୀ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ନିକଟରୁ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ।
ସୂଚନାଯୋଗ୍ୟ, ୨୦୨୪ ଜାନୁଆରୀ ୨୬ ରାଜ୍ୟସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ନିଗମ ଅତି ଚିତ୍ତାକର୍ଷକ ଭାବେ ଏକ ପ୍ରଜ୍ଞାପନ ମେଢ ଉପସ୍ଥାପନ କରିଥିଲା। ଏହି ପ୍ରଜ୍ଞାପନ ମେଢ଼ ଓଏମ୍‌ସିର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ ନିଗମର ବିଭିନ୍ନ ପଦକ୍ଷେପଗୁଡିକୁ ପ୍ରଦର୍ଶନ କରାଯାଇଥିଲା। ଏପରିକି ଓଡ଼ିଶାର ବିକାଶରେ ଭାଗୀଦାରି ତଥା ନିଜର ସଷ୍ଟେନେବଲ ମାଇନିଂ ଓ ଭାରତୀୟ ଖଣିଜ ମନ୍ତ୍ରଣାଳୟ ପକ୍ଷରୁ ସମ୍ମାନଜନକ ୫ତାରକା ମାନ୍ୟତା ଏବଂ କ୍ରୀଡ଼ାକୁ ପ୍ରୋତ୍ସାହିତ କରିବାରେ କାର୍ଯ୍ୟକ୍ରମ ଆଦିକୁ ପ୍ରଦର୍ଶନ କରିଥିଲା। ନିଗମର ପ୍ରଭାବଶାଳୀ ଭୂମିକା ପାଇଁ ଜାତୀୟସ୍ତରର ସର୍ବୋଚ୍ଚ ‘ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର-୨୦୨୩’ ପାଇବାର ଗୌରବ ଆଦିକୁ ମଧ୍ୟ ନିଗମ ଉପସ୍ଥାପନ କରିଥିଲା। ସେହିପରି ଭାରତର ଅଗ୍ରଣୀ ଖଣି କମ୍ପାନୀଗୁଡ଼ିକ ମଧ୍ୟରୁ ଓଏମ୍‌ସି ଅନ୍ୟତମ ଓ ରାଜ୍ୟର ବିକାଶରେ ନିଜର ଭାଗୀଦାରି ଭୂମିକା ଗ୍ରହଣକରି ଗର୍ବିତ ମନେକରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri