‘ବିଶ୍ୱସ୍ତରୀୟ ସଂସ୍ଥାରେ ପରିଣତ ହେବ ଓଏମ୍‌ସି’

ଭୁବନେଶ୍ୱର,୧୭ା୫(ବ୍ୟୁରୋ):ଓଏମ୍‌ସି ହେଉଛି ଦେଶର ବୃହତ୍‌ ଏବଂ ଦ୍ରୁତ ଅଭିବୃଦ୍ଧି କମ୍ପାନୀ। ଗତ ଆର୍ଥିକ ବର୍ଷରେ ଏହି କମ୍ପାନୀ ୩୦ ନିୟୁତ ଟନ୍‌ ଲୁହାପଥର ଉତ୍ପାଦନ କରିବା ସହ ଏହାର ବାର୍ଷିକ ଟର୍ନଓଭର ୧୭ ହଜାର କୋଟିରେ ପହଞ୍ଚତ୍ଛି। ଚଳିତ ଆର୍ଥିକ ବର୍ଷରେ ଏଥିରେ ଆହୁରି ବୃଦ୍ଧି ହେବା ସହ ଅନ୍ୟ ସରକାରୀ ଉଦ୍ୟୋଗଗୁଡ଼ିକ ପାଇଁ ଓଡ଼ିଶା ଖଣି ନିଗମ(ଓଏମ୍‌ସି) ଉଦାହରଣ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସୋମବାର ଲୋକ ସେବା ଭବନଠାରେ ଓଏମ୍‌ସିର ୬୭ତମ ପ୍ରତିଷ୍ଠା ଦିବସରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କର୍ମଚାରୀଙ୍କୁ ଅଭିନନ୍ଦନ ଜଣାଇବା ସହ ଓଏମ୍‌ସିର ସାମାଜିକ କ୍ଷେତ୍ର ବିକାଶ ସର୍ବୋଚ୍ଚ ବୋଲି କହିଛନ୍ତି।
ଓଏମ୍‌ସି ଲୋକଙ୍କ ଜୀବନଶୈଳୀରେ ବ୍ୟାପକ ପରିବର୍ତ୍ତନ ଆଣିବାରେ ବିଭିନ୍ନ ବିକାଶମୂଳକ ପଦକ୍ଷେପ ଗ୍ରହଣ କରିଛି। ଆଗାମୀ ଦିନରେ ଏହା ନୂତନ ଶିଖରରେ ପହଞ୍ଚତ୍ବା ସହ ଏକ ବିଶ୍ୱସ୍ତରୀୟ ସଂସ୍ଥାରେ ପରିଣତ ହେବ। କରୋନା ମହାମାରୀ ବେଳେ ଓଏମ୍‌ସିର ସହଯୋଗକୁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି। କ୍ରୀଡ଼ା, ସ୍ବାସ୍ଥ୍ୟ, ଶିକ୍ଷା ଏବଂ ଆଖପାଖ ଅଞ୍ଚଳର ବିକାଶ କ୍ଷେତ୍ରରେ ଓଏମ୍‌ସି ସର୍ବଦା ଗୁରୁତ୍ୱ ଦେଇଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ଓଏମ୍‌ସି କୋଇଡ଼ାଠାରେ ସ୍କିଲ୍‌ ଏକାଡେମୀ ପ୍ରତିଷ୍ଠା କରିବା ନେଇ ରାଜ୍ୟ ସରକାରଙ୍କ ବୈଷୟିକ ଶିକ୍ଷା ଓ ତାଲିମ ବିଭାଗ ସହିତ ଏବଂ ଖଣି ଅଞ୍ଚଳରେ ୫ଟି ଆଦର୍ଶ ବିଦ୍ୟାଳୟ ସ୍ଥାପନ କରିବା ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ସହ ବୁଝାମଣା ପତ୍ର(ଏମ୍‌ଓୟୁ) ସ୍ବାକ୍ଷର କରିଛି। ଖଣି ନିଗମ ୫ଟି ଆଦର୍ଶ ବିଦ୍ୟାଳୟ ପାଇଁ ୨୦୮ କୋଟି ଟଙ୍କା ବ୍ୟୟ କରିବ। ଏହି ଅନୁଷ୍ଠାନଗୁଡ଼ିକୁ ପରିଚାଳନା କରିବା ପାଇଁ ନିଗମ ପକ୍ଷରୁ ବାର୍ଷିକ ୩୦ କୋଟି ଟଙ୍କା ବ୍ୟୟ କରାଯିବ। ଓଏମ୍‌ସିର ଏହି ପଦକ୍ଷେପ ଶିକ୍ଷାର ବିକାଶ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବାଂଶପାଣି, ଉଞ୍ଚାବାଲି ଏବଂ ଖଣ୍ଡବନ୍ଧ ଲୁହାପଥର ଖଣି ଉତ୍ପାଦନ କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ଏଥିସହ ୨ଟି ଆଇଟି ମଡ୍ୟୁଲ କମ୍ପ୍ଲିଆନ୍ସ ମ୍ୟାନେଜ୍‌ମେଣ୍ଟ ସିଷ୍ଟମ ଏବଂ ଲିଟିଗେଶନ ମ୍ୟାନେଜ୍‌ମେଣ୍ଟ ସିଷ୍ଟମର ମଧ୍ୟ ଶୁଭାରମ୍ଭ କରିଥିଲେ। ଏହାଛଡ଼ା ମୁଖ୍ୟମନ୍ତ୍ରୀ ୩୯ଜଣ କନିଷ୍ଠ ଆକାଉଣ୍ଟାଣ୍ଟ, ଇଲେକ୍ଟ୍ରିସିଆନଙ୍କୁ ମଧ୍ୟ ନିଯୁକ୍ତିପତ୍ର ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଏମ୍‌ସିର ବିକାଶ ହେଉଛି। ଓଏମ୍‌ସି ଦ୍ୱାରା ହେଉଥିବା ଖଣି ଆଖପାଖ ଅଞ୍ଚଳର ବିକାଶ ସମ୍ପର୍କରେ ସେ ସୂଚନା ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ। ଓଏମ୍‌ସି ପକ୍ଷରୁ ଏହାର ୬୭ତମ ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନେକ ଶିକ୍ଷାଭିତ୍ତିକ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ମୁଖ୍ୟମନ୍ତ୍ରୀ ଲୋକ ସେବା ଭବନଠାରେ ଓଏମ୍‌ସିର ଆନ୍ଥେମର ଶୁଭାରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri