ଲୁହାପଥର ଉତ୍ପାଦନରେ ଓଏମ୍‌ସିର ସଫଳତା

ଭୁବନେଶ୍ୱର,୯।୪: ଓଡ଼ିଶା ଖଣି ନିଗମ(ଓଏମ୍‌ସି)ର ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥିକ ବର୍ଷରେ ଓଏମ୍‌ସି ୨୯.୭ ନିୟୁତ ଟନ୍‌ ଲୁହାପଥର ଉତ୍ପାଦନ କରିଛି। ୨୦୨୧-୨୨ ଆର୍ଥିକ ବର୍ଷରେ ଓଏମ୍‌ସି ୨୫.୩୧ ନିୟୁତ ଟନ୍‌ ଉତ୍ପାଦନ କରିଥିଲା। ଉଲ୍ଲେଖଯୋଗ୍ୟ, ଓଏମ୍‌ସି ୨୦୨୧-୨୨ ଆର୍ଥିକ ବର୍ଷ ତୁଳନାରେ ୨୦୨୨-୨୩ ଆର୍ଥିକ ବର୍ଷରେ ଲୁହାପଥର ଉତ୍ପାଦନ ହାର ୧୭% ବୃଦ୍ଧି କରିବାରେ ସକ୍ଷମ ହୋଇଛି। ସେହିଭଳି ଓଏମ୍‌ସିର ମୋଟ ଉତ୍ପାଦନ ହାରକୁ ଦେଖିଲେ ୨୦୨୧-୨୨ ଆର୍ଥିକ ବର୍ଷ ଅପେକ୍ଷା ୨୦୨୨-୨୩ରେ ୧୪.୯% ବୃଦ୍ଧି ପାଇଛି। ୨୦୨୨-୨୩ ଆର୍ଥିକ ବର୍ଷରେ ୨୯.୬୮ ନିୟୁତ ଟନ୍‌ ଲୁହାପଥର, ୩ ନିୟୁତ ଟନ୍‌ ବକ୍ସାଇଟ୍‌ ଓ ୧.୦୮ ନିୟୁତ ଟନ୍‌ କ୍ରୋମ୍‌ ପଥର ଓଏମ୍‌ସି ଉତ୍ପାଦନ କରିଛି। ସେହିପରି ଓଏମ୍‌ସିର ମୋଟ ଖଣିଜ ବିକ୍ରି ପରିମାଣ ୨୦୨୨-୨୩ ଆର୍ଥିକ ବର୍ଷରେ ୨୮.୬ ନିୟୁତ ଟନ୍‌ରେ ପହଞ୍ଚିବା ସହ ୨୦୨୧-୨୨ ଆର୍ଥିକ ବର୍ଷ ତୁଳନାରେ ମୋଟ ଖଣିଜ ବିକ୍ରି ପରିମାଣ ୩.୧% ବୃଦ୍ଧି ପାଇଛି। ଗତ ଆର୍ଥିକ ବର୍ଷରେ ୨୩.୮ ନିୟୁତ ଟନ୍‌ ଲୁହାପଥର, ୩.୬୧ ନିୟୁତ ଟନ୍‌ ବକ୍ସାଇଟ୍‌ ଏବଂ ୧.୧୬ ନିୟୁତ ଟନ୍‌ କ୍ରୋମ୍‌ ପଥର ବିକ୍ରି କରିବାରେ ଓଏମ୍‌ସି ସକ୍ଷମ ହୋଇଛି। ଅପରପକ୍ଷରେ ଏହା ଅଧୀନରେ ବର୍ତ୍ତମାନ ୧୮ଟି ଖଣି କାର୍ଯ୍ୟକ୍ଷମ ରହିଛି। ଓଏମ୍‌ସି ଅତ୍ୟାଧୁନିକ ଡିଜିଟାଲ ଜ୍ଞାନକୌଶଳ ବ୍ୟବହାର କ୍ଷେତ୍ରରେ ଅଗ୍ରଦୂତ ସାଜି ପ୍ରଭାବଶାଳୀ ରୂପାନ୍ତରଣ ଆଣିବାରେ ସକ୍ଷମ ହୋଇଛି। ପରିବେଶର ସୁରକ୍ଷା ସାଙ୍ଗକୁ ଓଏମ୍‌ସି କ୍ରମାଗତ ଭାବେ ଖଣି ଆଖପାଖ ଅଞ୍ଚଳରେ ବାସକରୁଥିବା ଲୋକଙ୍କ ମନରେ ଖୁସି ଭରିଦେବା ଲାଗି କାର୍ଯ୍ୟ କରୁଛି। ଓଏମ୍‌ସି କେବଳ କର୍ପୋରେଟ ସାମାଜିକ ଦାୟିତ୍ୱ ନିର୍ବାହ କରିବାରେ ନିଜକୁ ସୀମିତ ନ ରଖି ସମାଜର ବିବିଧ କ୍ଷେତ୍ରର ଉନ୍ନତି ଲାଗି ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri