ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମ୍‌ଫେଡ ଘିଅ

ପୁରୀ, ୧୬ା୧୦(ଅଜିତ କୁମାର ମହାନ୍ତି):ଶ୍ରୀମନ୍ଦିର ମଧ୍ୟରେ କେବଳ ଓମ୍‌ଫେଡ ଘିଅ ବ୍ୟବହାର ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର ହୋଇଛି। ତେବେ ଏଥିରେ ସହଯୋଗ କରିବାକୁ ଓମ୍‌ଫେଡ୍‌କୁ ଅନୁରୋଧ କରାଯାଇଛି। ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ମଧ୍ୟ ଏକ ସ୍ବତନ୍ତ୍ର ଡିପୋ ଖୋଲିବା ଲାଗି ଓମ୍‌ଫେଡ ପରିଚାଳନା ନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ପଠାଇଥିବା ପତ୍ରରେ ଲେଖିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମ୍‌ଫେଡ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଛି। ଏନେଇ ସମ୍ପୃକ୍ତ ନିଯୋଗଗୁଡ଼ିକ ସହ ଆଲୋଚନା ହୋଇଥିବାବେଳେ ସହମତି ପ୍ରକାଶ ପାଇଛି। ତେଣୁ ଶ୍ରୀମନ୍ଦିରରେ ଓମ୍‌ଫେଡ଼ ଘିଅର ଆବଶ୍ୟକତାକୁ ନଜରରେ ଯଥେଷ୍ଟ ଘିଅ ମହଜୁଦ ରଖିବାକୁ ପଦକ୍ଷେପ ଗ୍ରହଣ କରାଯାଉ। ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ଡିପୋ କରାଗଲେ ଆବଶ୍ୟକତା ପୂରଣ ହେବା ସହ ଅପମିଶ୍ରିତ ଘିଅ ବ୍ୟବହାରକୁ ରୋକାଯାଇ ପାରିବ। ଏଥିସହିତ ଘିଅ ଦର ମଧ୍ୟ ହ୍ରାସ କରାଯିବାକୁ ବିଭିନ୍ନ ନିଯୋଗ ପକ୍ଷରୁ ହୋଇଥିବା ଅନୁରୋଧକୁ ଗ୍ରହଣ କରିବାକୁ ପତ୍ରରେ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି।
ଶ୍ରୀମନ୍ଦିର ମଧ୍ୟକୁ ଓମ୍‌ଫେଡ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନ କରେ, ସେଥିପ୍ରତି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ। ତଦନୁସାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁଆର ମହାସୁଆର ନିଯୋଗକୁ ଜଣାଇଦିଆଯାଇଛି। ଏଥିସହ ବରିଷ୍ଠ ସୁପରଭାଇଜର ଓ ଶ୍ରୀମନ୍ଦିର ସୁରକ୍ଷା ପରିଚାଳନା ଦାୟିତ୍ୱରେ ଥିବା କମାଣ୍ଡର ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ କୌଣସି ପ୍ରକାର ବ୍ୟତିକ୍ରମକୁ ବରଦାସ୍ତ କରାଯିବ ନାହିଁ। ଅନ୍ୟକିଛି ଘିଅ ଶ୍ରୀମନ୍ଦିରକୁ ନେବାକୁ ଚେଷ୍ଟା କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସକ ସତର୍କ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri