୨ ଟଙ୍କା ବଢ଼ିଲା ଓମ୍‌ଫେଡ ଦୁଗ୍ଧ ଦର

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ରାଜ୍ୟ ସରକାର ଓମ୍‌ଫେଡ ଦୁଗ୍ଧ ମୂଲ୍ୟ ବୃଦ୍ଧି କରିଛନ୍ତି। ୫୦୦ ମିଲିଲିଟର ପ୍ୟାକେଟ ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି। ଏ ନେଇ ଓମ୍‌ଫେଡ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଟୋନ୍‌ଡ ପ୍ୟାକେଟ ପିଛା ୨୧ଟଙ୍କା ଥିବା ବେଳେ ତାହା ୨୩ ଟଙ୍କାକୁ ବୃଦ୍ଧି କରାଯାଇଛି।

ସେହିପରି ପ୍ରିମିୟମ ୨୪ରୁ ୨୬ ଟଙ୍କା, ଗୋଲ୍‌ଡ ମିଲ୍କ ପ୍ୟାକେଟ ୨୪ରୁ ୨୬ ଟଙ୍କା ଏବଂ ଚାଏ ସ୍ପେଶାଲ ୫୦୦ ଏମ୍‌ଏଲ ୨୩ରୁ ୨୫ ଟଙ୍କାକୁ ବୃଦ୍ଧି କରାଯାଇଛି। ଗୋଖାଦ୍ୟ, ଔଷଧ, ଜାଳେଣି ଇତ୍ୟାଦି ଦର ବୃଦ୍ଧି ହୋଇଥିବାରୁ ଚାଷୀମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି କ୍ଷୀର ଦର ବୃଦ୍ଧି କରାଯାଇଥିବା ଓମ୍‌ଫେଡ ପକ୍ଷରୁ କୁହାଯାଇଛି। ଓମ୍‌ଫେଡ କ୍ଷୀର ବିକ୍ରିରୁ ୯୦ ପ୍ରତିଶତ କ୍ଷୀର ସଂଗ୍ରହରେ ବ୍ୟୟ କରାଯାଉଛି। ଚାଷୀଙ୍କୁ ସର୍ବାଧିକ ମୂଲ୍ୟ ଦେବାକୁ ଓମ୍‌ଫେଡ ସର୍ବଦା ଚେଷ୍ଟା କରି ଆସିଥିବା ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri