ଓଡ଼ିଶାରେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି : ତଥାପି ସତର୍କ ରୁହ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ସାରା ବିଶ୍ୱରେ କରୋନା ଭାଇରସର ନୂଆ ଭାରିଆଣ୍ଟ ‘ଓମିକ୍ରନ’ ଭୟ ସୃଷ୍ଟି କରିଛି। ଓଡ଼ିଶାରେ ମଧ୍ୟ ଓମିକ୍ରନକୁ ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଓମିକ୍ରନ ଆକ୍ରାନ୍ତ ଦେଶ ଗୁଡ଼ିକରୁ ଫେରୁଥିବା ଲୋକଙ୍କ ପ୍ରତି ବିଶେଷ ଦୃଷ୍ଟି ଦିଆଯାଉଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। ସେ କହିଛନ୍ତି, ନିୟମିତ ଭାବେ ବାହାର ରାଷ୍ଟ୍ରରୁ ଆସୁଥିବା ଲୋକଙ୍କ ତର୍ଜମା କରାଯାଉଛି। କେତେ ଲୋକ ରାଜ୍ୟକୁ ଆସୁଛନ୍ତି, ସବୁ ଜିଲାମାନଙ୍କୁ ଅବଗତ କରାଯାଉଛି। ବାହାରୁ ଆସୁଥିବା ଲୋକଙ୍କୁ ଚିହ୍ନଟ କରି ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ଜିଲାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ୭ ଦିନ କ୍ୱାରାଣ୍ଟାଇନରେ ରହିବା ପରେ ୮ ଦିନରେ ସେମାନଙ୍କର ଟେଷ୍ଟିଂ କରାଯିବ। ପଜିଟିଭ ବାହାରିଲେ, ଜିନମ ସିକ୍ୱେନ୍ସିଂ ମଧ୍ୟ କରାଯିବ। ଏହି ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ମିଶ୍ର କହିଛନ୍ତି, ଏପର୍ଯ୍ୟନ୍ତ ଆମ ରାଜ୍ୟରେ କୌଣସି ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ଯେହେତୁ ଅନ୍ୟ ରାଜ୍ୟରେ ଓମିକ୍ରନ ଥିବା ଜଣାପଡିଛି, ତେଣୁ ଆମକୁ ଏବେ ସତର୍କ ରହିବାକୁ ପଡ଼ିବ। ଯେଉଁମାନେ ଅନ୍ୟ ଦେଶରୁ ଆସୁଛନ୍ତି ଓ ଗାଁ ଗଣ୍ଡାରେ ପହଞ୍ଚିଛନ୍ତି, ସେଠାକାର ସ୍ଥାନୀୟ ଲୋକମାନେ ସେମାନଙ୍କ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ କିମ୍ବା ଜିଲା ପ୍ରଶାସନକୁ ଜଣାଇବେ। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିବେଦନ କରାଯିବ। ଅତିକମରେ ସାତ ଦିନ କ୍ୱାରାଣ୍ଟାଇନ୍‌ରେ ଓ ଆଉ ୭ ଦିନ ନିଜସ୍ବ ଅବଜରଭେଶନରେ ରହିବାକୁ କୁହାଯାଇଛି। ଏହି ୧୪ ଦିନ ଭିତରେ କିଛି ଲକ୍ଷଣ ଦେଖାଗଲେ, ଟେଷ୍ଟ କରାନ୍ତୁ। ଟେଷ୍ଟ ପଜିଟିଭ ଆସିବା ପରେ ଜିନୋମ ସିକ୍ୱେନ୍ସିଂ କରାଯିବ। ଯେଉଁଥିରୁ ଜଣାପଡ଼ିବ ଯେ, ଆକ୍ରାନ୍ତଙ୍କ ଶରୀରରେ ଓମିକ୍ରନ ଭାରିଆଣ୍ଟ ଅଛି ନା ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ବିଜେଡିରେ ବର୍ଷା-ଭାଜପାରେ ଅନୁଭବ; ରୋଚକ ହେଉଛି ଓଡ଼ିଶାର ରାଜନୀତି

ଭୁବନେଶ୍ୱର,୧୮।୪: ବିଧାନସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ଦୈନଦିନ ଅନେକ ରୋଚକ ଘଟଣା ସବୁ ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ...

ପରପାରିରେ ବିଶିଷ୍ଠ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ଦଳ ଟିକେଟ ଦେଲେ କେନ୍ଦ୍ରାପଡ଼ାରୁ ଲଢ଼ିବି: ସିପ୍ରା 

ଭୁବନେଶ୍ୱର,୧୮।୪: ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନୈତିକ ଦଳରେ ମିଶ୍ରଣ ପର୍ବ ଜୋର ଧରୁଛି । ବିଭିନ୍ନ ରାଜନେତା କିମ୍ବା ନେତ୍ରୀ ବିଭିନ୍ନ...

ବିଜେଡିରେ ଯୋଗଦେବା ପରେ ଏମିତି କହିଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୧୮।୪: ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ...

ଏପର୍ଯ୍ୟନ୍ତ ୩ ଦଳର ଘୋଷଣା ହୋଇନି ପ୍ରାର୍ଥୀ ତାଲିକା: ଜାଣନ୍ତୁ କେଉଁ ଦଳର କେତେ ଆସନ ଅଛି ବାକି

ଭୁବନେଶ୍ୱର,୧୮।୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ପାଇଁ ଦିନକ ପରେ ଅର୍ଥାତ୍‌ ଏପ୍ରିଲ ୧୮ତାରିଖରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେଉଛି। ଏହାପୂର୍ବରୁ...

ମୁଁ ମୁଖ୍ୟମନ୍ତ୍ରୀଙ୍କ ସୈନିକ, ଦଳର ସ୍ବାର୍ଥ ଲାଗି ଲଢ଼ିବି: ରୋହିତ  

ସମ୍ବଲପୁର,୧୮।୪:  ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡି ଦଳ ପକ୍ଷରୁ ପୁର୍ବରୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଛିଡା କରାଯାଇଥିଲା। ହେଲେ ବୁଧବାର ଘୋଷିତ ୫ମ ସୂଚୀରେ ପ୍ରସନ୍ନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri