ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ରାଜ୍ୟରେ ୧୦୦ ଟପିଲା

ଭୁବନେଶ୍ୱର, ୧୦।୧(ବ୍ୟୁରୋ): ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିଛିି। ସୋମବାର ଆଉ ୨୮ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ୍‌ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୧୦୩ରେ ପହଞ୍ଚତ୍ଛି। ଜୀବନ ବିଜ୍ଞାନ ପ୍ରତିଷ୍ଠାନର(ଆଇଏଲ୍‌ଏସ୍‌) ରିପୋର୍ଟ ମୁତାବକ
ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ସବୁ ଜିଲାରେ ଓମିକ୍ରନ ଆକ୍ରାନ୍ତ ରହିଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର ସୋମବାର କହିଛନ୍ତି।

ଉଲ୍ଲେଖଯୋଗ୍ୟ, ଗତ ଶନିବାର ୧୪ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ହୋଇଥିଲା। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ୁଥିଲେ ହେଁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ସେହି ଅନୁଯାୟୀ ବଢ଼ୁ ନ ଥିବା ଜିନୋମ୍‌ ସିକ୍ବେନ୍ସିଂରୁ ଜଣାପଡ଼ୁଛି। ଏଥିରୁ ୫ଜଣ ଏବେ ସୁଦ୍ଧା ସୁସ୍ଥ ହୋଇସାରିଲେଣି ବୋଲି ଆଇଏଲ୍‌ଏସ୍‌ ପକ୍ଷରୁ ସୂଚନା ମିଳିଛି। ସୂଚନାଯୋଗ୍ୟ, ଡିସେମ୍ବର ୨୧ରେ ଓଡ଼ିଶାରେ ପ୍ରଥମେ ୨ଜଣ, ୨୩ରେ ୨, ୨୬ରେ ୪, ୨୯ରେ ଜଣେ, ୩୦ରେ ୫, ଜାନୁୟାରୀ ୨ରେ ୨୩, ୫ରେ ୨୪, ୮ରେ ୧୪ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri