ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ରାଜ୍ୟରେ ୧୦୦ ଟପିଲା

ଭୁବନେଶ୍ୱର, ୧୦।୧(ବ୍ୟୁରୋ): ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିଛିି। ସୋମବାର ଆଉ ୨୮ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ୍‌ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୧୦୩ରେ ପହଞ୍ଚତ୍ଛି। ଜୀବନ ବିଜ୍ଞାନ ପ୍ରତିଷ୍ଠାନର(ଆଇଏଲ୍‌ଏସ୍‌) ରିପୋର୍ଟ ମୁତାବକ
ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ସବୁ ଜିଲାରେ ଓମିକ୍ରନ ଆକ୍ରାନ୍ତ ରହିଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର ସୋମବାର କହିଛନ୍ତି।

ଉଲ୍ଲେଖଯୋଗ୍ୟ, ଗତ ଶନିବାର ୧୪ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ହୋଇଥିଲା। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ୁଥିଲେ ହେଁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ସେହି ଅନୁଯାୟୀ ବଢ଼ୁ ନ ଥିବା ଜିନୋମ୍‌ ସିକ୍ବେନ୍ସିଂରୁ ଜଣାପଡ଼ୁଛି। ଏଥିରୁ ୫ଜଣ ଏବେ ସୁଦ୍ଧା ସୁସ୍ଥ ହୋଇସାରିଲେଣି ବୋଲି ଆଇଏଲ୍‌ଏସ୍‌ ପକ୍ଷରୁ ସୂଚନା ମିଳିଛି। ସୂଚନାଯୋଗ୍ୟ, ଡିସେମ୍ବର ୨୧ରେ ଓଡ଼ିଶାରେ ପ୍ରଥମେ ୨ଜଣ, ୨୩ରେ ୨, ୨୬ରେ ୪, ୨୯ରେ ଜଣେ, ୩୦ରେ ୫, ଜାନୁୟାରୀ ୨ରେ ୨୩, ୫ରେ ୨୪, ୮ରେ ୧୪ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।