ଜାନୁୟାରୀ-ଫେବୃୟାରୀରେ ଭାରତରେ ହୋଇପାରେ ଓମିକ୍ରନ୍‌ ବିସ୍ଫୋରଣ !…

ନୂଆଦିଲ୍ଲୀ, ୧୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପୃଥିବୀର ୭୭ ଦେଶରେ ଓମିକ୍ରନ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଜାନୁଆରୀ-ଫେବୃଆରୀ ମାସରେ ଭାରତରେ ଓମିକ୍ରନ ସଂକ୍ରମଣ ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି। ସ୍ବାସ୍ଥ୍ୟ ବିଭାଗ ସହ ଜଡିତ ଜଣେ ଅଧିକାରୀ କହିଛନ୍ତି, ଡେଲ୍ଟା ଭାରିଆଣ୍ଟ ଯେଉଁଭଳି ବେଗରେ ସଂକ୍ରମଣ କରିଥିଲା ଓମିକ୍ରନ୍‌ ମଧ୍ୟ ସେଭଳି କରିବାର ଯଥେଷ୍ଟ ଆଶଙ୍କା ରହିଛି।
ତେବେ ଏହା ମଧ୍ୟ କୁହାଯାଉଛି ଯେ ଓମିକ୍ରନର କେବଳ ସାମାନ୍ୟ ମାମଲା ସାମ୍ନାକୁ ଆସିବ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି ଯେ ଓମିକ୍ରନ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଅଧିକାରୀମାନେ କହିଛନ୍ତି ଯେ ଓମିକ୍ରନ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ ବରଂ ଏହାର ସଂକ୍ରମଣ ବନ୍ଦ କରିବା ଲାଗି ପଦକ୍ଷେପ ଗ୍ରହଣ କରିବା ଜରୁରୀ।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ନିକଟରେ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି ଯେ ଓମିକ୍ରନ କରୋନା ଭାଇରସର ପୂର୍ବ ଭାରିଆଣ୍ଟ୍‌ ତୁଳନାରେ କମ ଗୁରୁତର ସଂକ୍ରମଣ ସୃଷ୍ଟି କରିବାର ଅନୁମାନ କରାଯାଉଛି। କୁହାଯାଉଛି ଯେ ଓମିକ୍ରନର ପ୍ରଭାବ ଡେଲଟା ଭାରିଆଣ୍ଟ ଠାରୁ କମ ହେବ। ଭାରତର ସ୍ବାସ୍ଥ୍ୟ ଅଧିକାରୀମାନେ କହିଛନ୍ତି ଯେ ଅଧିକରୁ ଅଧିକ ଲୋକଙ୍କୁ କରୋନା ଟିକା ଦେବା ପାଇଁ ପ୍ରୟାସ କରାଯାଉଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ରିପୋର୍ଟରେ କୁହାଯାଇଛି, ଫାଇଜରର ଟିକା ସଂକ୍ରମଣରୁ କମ୍‌ ସୁରକ୍ଷା ଦେବାକୁ ସକ୍ଷମ ହେଉଛି। ତେଣୁ ଅଧିକ ପ୍ରଭାବଶାଳୀ ଟିକା ପ୍ରସ୍ତୁତ କରିବା ଆବଶ୍ୟକ।

ଟିକାର ଦୁଇଟି ଡୋଜ ଓମିକ୍ରନ୍‌ ବିରୋଧରେ କେବଳ ୩୩ ପ୍ରତିଶତ ସୁରକ୍ଷା ଯୋଗାଇଥାଏ। କିନ୍ତୁ ଡାକ୍ତରଖାନାରେ ଭର୍ତ୍ତି ହାରକୁ ୭୦ ପ୍ରତିଶତ ହ୍ରାସ କରିଥାଏ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ସୂଚନା ଦେଇଛନ୍ତି। ତେବେ କରୋନା ମାର୍ଗଦର୍ଶିକା ପାଳନ କରିବା ଉପରେ ଗୁରୁତ୍ୱାରୋପ କରିବା ଅପରିହାର୍ଯ୍ୟ ବୋଲି ବିଶେଷଜ୍ଞ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?