ବିଶ୍ୱରେ କରୋନାର ଚତୁର୍ଥ ଲହର, ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୫୮: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୪ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଶୁକ୍ରବାର ସୁଦ୍ଧା ଦେଶର ୧୭ ରାଜ୍ୟରେ ଓମିକ୍ରନ୍ ଭାରିଏଣ୍ଟ ପହଞ୍ଚି ସାରିଥିବା ବେଳେ ଏଥିରେ ମୋଟ ୩୫୮ ଜଣ ସଂକ୍ରମିତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୪ ଜଣ ସୁସ୍ଥ ହୋଇଯାଇଥିବା ବେଳେ ୨୪୪ ଜଣଙ୍କର ଚିକିତ୍ସା ଚାଲିଛି । ଓମିକନରେ ଆକ୍ରାନ୍ତ ୧୮୩ ଜଣଙ୍କର ଆନାଲିସିସ କରାଯାଇଥିଲା । ଏହି ୧୮୩ ଜଣଙ୍କ ମଧ୍ୟରୁ ୮୭ ଜଣ ଭ୍ୟାକ୍ସିନର ୨ଟି ଯାକ ଡୋଜ ନେଇ ସାରିଥିଲେ । ଏମାନଙ୍କ ମଧ୍ୟରୁ ୩ ଜଣ ବୁଷ୍ଟର ଡୋଜ ବି ନେଇଥିଲେ । ଅନ୍ୟପଟେ ୭ ଜଣ ଭ୍ୟାକ୍ସିନର ଗୋଟିଏ ଡୋଜ ବି ନେଇ ନ ଥିଲେ । ୧୨୧ ଜଣ ବିଦେଶ ଯାତ୍ରା କରିଥିଲେ, ୪୪ ଜଣଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନାହିଁ । ହେଲେ ଏମାନେ ସଂକ୍ରମିତଙ୍କ ସମ୍ପର୍କରେ ଆସିଥିଲେ । ଡେଲ୍ଟା ତୁଳନାରେ ଏହା ଅଧିକ ବେଗରେ ସଂକ୍ରମଣ କରୁଥିବାରୁ ଏହା ୩ ଦିନ ମଧ୍ୟରେ ଦୁଇ ଗୁଣା ହୋଇଯାଉଛି । ଏଥିପାଇଁ କରୋନା ଗାଇଡଲାଇନ୍ ପାଳନ କରିବା ଜରୁରୀ ହୋଇ ପଡିଛି । କେରଳ ଓ ମିଜୋରାମରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସବୁଠାରୁ ଅଧିକ ହୋଇଥିବା ବେଳେ ଏବେ ଏହା ସ୍ୱାସ୍ଥ୍ୟ ବିଭାଗକୁ ଚିନ୍ତାରେ ପକାଇଦେଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସଚିବ ରାଜେଶ ଭୂଷଣ କହିଛନ୍ତି ବିଶ୍ୱରେ କରୋନାର ଚତୁର୍ଥ ଲହର ଚାଲିଛି । ସେଥିପାଇଁ ଆମକୁ ସତର୍କ ଓ ସାବଧାନ ରହିବା ଜରୁରୀ । ସୂଚନାଯୋଗ୍ୟ, ବିଶ୍ୱରେ ଏବେ ପର୍ଯ୍ୟନ୍ତ ୧୦୮ ଦେଶରେ ଓମିକ୍ରନ ପହଞ୍ଚି ସାରିଥିବା ବଳେ ୧,୫୧,୦୦୦ରୁ ଅଧିକ ଓମିକ୍ରନ୍ ଭାରିଏଣ୍ଟ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୬ ଜଣଙ୍କ ମୃତ୍ୟୁ ହୋଇଛି । ସବୁଠାରୁ ଅଧିକ ସଂକ୍ରମିତ ରହିଛନ୍ତି ବ୍ରିଟେନ, ଡେନମାର୍କ, କାନାଡା, ନରୱେ ଓ ଜର୍ମାନୀରେ ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri