ରାଜଧାନୀରେ ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ଆରମ୍ଭ…

ନୂଆଦିଲ୍ଲୀ, ୩୦।୧୨: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଥିବା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗୁରୁବାର ସୂଚନା ପ୍ରଦାନ କରିଛନ୍ତି। ଇତିମଧ୍ୟରେ ଦିଲ୍ଲୀରେ ଓମିକ୍ରନ୍‌ ଭାରିଆଣ୍ଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୩କୁ ବୃଦ୍ଧି ପାଇଛି। ଯେଉଁମାନେ କୌଣସି ଯାତ୍ରା କରିନାହାଁନ୍ତି ସେମାନେ ମଧ୍ୟ ଓମିକ୍ରନରେ ସଂକ୍ରମିତ ହେବାରେ ଲାଗିଛନ୍ତି। ଏଥିରୁ ସ୍ପଷ୍ଟ ହେଉଛି ଯେ, ରାଜଧାନୀରେ ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କାହାରିକୁ ଅମ୍ଳଜାନ ସହାୟତା ଆବଶ୍ୟକ ପଡ଼ିନାହିଁ।

ମେଟ୍ରୋ ଏବଂ ବସ୍‌ଷ୍ଟାଣ୍ଡରେ ଭିଡ଼ ସମ୍ପର୍କରେ ସେ କହିଛନ୍ତି ଯେ ଏଠାରେ ଲମ୍ବା ଲାଇନ ସରକାରଙ୍କୁ ଚିନ୍ତିତ କରିଛି। ନିୟମ ଲାଗୁ ହେବା ସମୟରେ ଲୋକେ ଏ ବିଷୟରେ ସଚେତନ ନ ଥିଲେ। ତେବେ ଏବେ ଏନେଇ କଡ଼ା କଟକଣା ଜାରି କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।

ସେହିପରି ଲୋକନାୟକ ଜୟପ୍ରକାଶ ହସ୍ପିଟାଲର ଏମ୍‌ଡ଼ି ଡାକ୍ତର ସୁରେଶ କୁମାର କହିଛନ୍ତି ଯେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଅଧିକାଂଶ ଆକ୍ରାନ୍ତଙ୍କଠାରେ କୌଣସି ଲକ୍ଷଣ ଦେଖିବାକୁ ମିଳି ନାହିଁ। ପୂର୍ବରୁ ବିଦେଶ ଯାତ୍ରା କରିଥିବା ଆକ୍ରାନ୍ତ ଚିହ୍ନଟ ହେଉଥିଲେ। ମାତ୍ର ଏବେ ସାଧାରଣ ଲୋକଙ୍କଠାରେ ଓମିକ୍ରନ୍‌ ଚିହ୍ନଟ ହେବାରେ ଲାଗିଛି। ଏପର୍ଯ୍ୟନ୍ତ ଭାରତରେ ଓମିକ୍ରନ୍‌ରେ କାହାର ମୃତ୍ୟୁ ଘଟି ନାହିଁ। ଦିଲ୍ଲୀରେ ଲୋକନାୟକ ଜୟପ୍ରକାଶ ହସ୍ପିଟାଲ ବ୍ୟତୀତ ଆକ୍ରାନ୍ତଙ୍କୁ ମ୍ୟାକ୍ସ ହସ୍ପିଟାଲ ଏବଂ ଅନ୍ୟାନ୍ୟ ଓମିକ୍ରନ ସେଣ୍ଟରରେ ଭର୍ତ୍ତି କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri