ଓମିକ୍ରନ୍‌ ମୁକାବିଲା, ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ଅଧିକ ଟିକା ମାଗିଲା ଆଇଏମ୍‌ଏ…

ନୂଆଦିଲ୍ଲୀ,୭।୧୨: ଦେଶରେ କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶରେ ୨୩ ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଓମିକ୍ରନ୍‌ ମୁକାବିଲା ପାଇଁ ଇଣ୍ଡିଆନ୍‌ ମେଡିକାଲ ଆସୋସିଏଶନ (ଆଇଏମ୍‌ଏ) ପକ୍ଷରୁ ଯୋଜନା ପ୍ରସ୍ତୁତି ଆରମ୍ଭ ହୋଇଛି। ସ୍ବାସ୍ଥ୍ୟକର୍ମୀ, ଫ୍ରଣ୍ଟଲାଇନ କର୍ମଚାରୀ ଏବଂ କମ ରୋଗ ପ୍ରତିରୋଧକ ଶକ୍ତି ଥିବା ବ୍ୟକ୍ତିଙ୍କ ପାଇଁ କୋଭିଡ ଟିକାର ଅତିରିକ୍ତ ଡୋଜ ଯୋଗାଇବାକୁ ଆଇଏମଏ ସରକାରଙ୍କୁ ଅନୁରୋଧ କରିଛି।

ଏହା ସହିତ ୧୨ରୁ ୧୮ ବର୍ଷ ବୟସ୍କଙ୍କୁ ଟିକାକରଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଆଇଏମଏ କହିଛି। ଏକ ଗଣମାଧ୍ୟମ ସମ୍ମିଳନୀରେ ଆଇଏମ୍‌ଏ ପକ୍ଷରୁ କୁହାଯାଇଛି ଯେ, ଭାରତର କେତେକ ରାଜ୍ୟରେ କରୋନା ଭୂତାଣୁର ନୂତନ ଭାରିଆଣ୍ଟ ଚିହ୍ନଟ ହୋଇଛି। ବର୍ତ୍ତମାନ ଏହି ସଂଖ୍ୟା ଦ୍ୱିଗୁଣିତ ହେବାରେ ଲାଗିଛି।

ଭାରତରେ କରୋନା ମହାମାରୀ ସ୍ଥିତି ନିୟନ୍ତ୍ରଣକୁ ଆସୁଥିବାବେଳେ ଓମିକ୍ରନ୍‌ ଭାରିଆଣ୍ଟ୍‌ ଯୋଗୁ ସ୍ଥିତି ପୁଣି ଖରାପ ହେବାରେ ଲାଗିଥିବା ଆଇଏମ୍‌ଏ କହିଛି। ଫଳରେ ପୁଣି ଏକ ବଡ ବିପର୍ଯ୍ୟୟର ଆଶଙ୍କା ଦେଖାଦେଇଛି। ଆବଶ୍ୟକ ପଦକ୍ଷେପ ଗ୍ରହଣ ନ କଲେ ସମ୍ଭାବ୍ୟ ତୃତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହେବାର ଆଶଙ୍କା ରହିଥିବା ଆଇଏମ୍‌ଏ କହିଛି।

ଓମିକ୍ରନ ଡେଲ୍ଟା ଭାରିଆଣ୍ଟ ତୁଳନାରେ ୫ ରୁ ୧୦ ଗୁଣ ଅଧିକ ସଂକ୍ରାମକ। ତେଣୁ ଟିକାକରଣ ବୃଦ୍ଧି କରି ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସରକାରଙ୍କ ପକ୍ଷରୁ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରାଯିବା ଉପରେ ଆଇଏମ୍‌ଏ ଗୁରୁତ୍ୱରାରୋପ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri