୨୯ ରାଜ୍ୟରେ ଓମିକ୍ରନ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ଟପିଲା…

ନୂଆଦିଲ୍ଲୀ, ୧୭।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨,୭୨୧ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଇଛି।

ଇତିମଧ୍ୟରେ ଦେଶର ୨୯ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ଟପିଛି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୮,୨୦୯ ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୩୮ ରହିଛି।

ଏହା ପଛକୁ ପଶ୍ଚିମବଙ୍ଗରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୭୨ରେ ପହଞ୍ଚିଛି। ରାଜସ୍ଥାନରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୬ ଛୁଇଁଛିି। ଦିଲ୍ଲୀରେ ୫୪୯, କର୍ନାଟକରେ ୫୪୮, କେରଳରେ ୫୩୬, ଉତ୍ତରପ୍ରଦେଶରେ ୨୭୫, ତେଲେଙ୍ଗାନାରେ ୨୬୦, ତାମିଲନାଡୁରେ ୨୪୧, ଗୁଜରାଟରେ ୨୩୬, ଓଡ଼ିଶାରେ ୨୦୧, ହରିୟାଣାରେ ୧୬୯, ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆନ୍ଧ୍ରପ୍ରଦେଶରେ ୧୫୫, ଉତ୍ତରାଖଣ୍ଡରେ ୯୩, ମେଘାଳୟ ୭୫, ପଞ୍ଜାବରେ ୬୧, ବିହାରରେ ୨୭, ଜମ୍ମୁ-କଶ୍ମୀରରେ ୨୩, ଗୋଆରେ ୨୧, ଝାଡ଼ଖଣ୍ଡରେ ୧୪, ମଧ୍ୟପ୍ରଦେଶରେ ୧୦, ଆସାମରେ ୯, ଛତିଶଗଡ଼ରେ ୮, ଚଣ୍ଡିଗଡ଼ରେ ୩, ଆଣ୍ଡାମାନ ନିକୋବରରେ ୩, ପୁଡୁଚେରୀରେ ୨, ଲଦାଖରେ ୨ ,ହିମାଚଳପ୍ରଦେଶରେ ୧ ଏବଂ ମଣିପୁରରେ ୧ ଜଣଙ୍କୁ ଚିହ୍ନଟ କରାଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

୩,୧୦୯ ଓମିକ୍ରନ୍‌ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୫,୧୦୦ ଜଣ ଚିକିତ୍ସିତ ହେଉଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri