ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୨।୧୨(ବ୍ୟୁରୋ): ରାଜ୍ୟରେ ୨ ଜଣ ଓମିକ୍ରନ ସଂକ୍ରମିତ ଚିହ୍ନଟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ରାଜ୍ୟବାସୀଙ୍କୁ ସତର୍କ ରହିବା ନେଇ ସେ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କୋଭିଡ଼ ନିୟମ ପାଳନ କରିବା ସହ ସଚେତନ ରହିବା ଉପରେ ଗୁରୁତ୍ୱ ଦେଇଛନ୍ତି। କୋଭିଡର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ରୁତଗତିରେ ସଂକ୍ରମଣ କରୁଛି । ତେଣୁ ଆଗକୁ ଆମକୁ ସତର୍କ ରହିବାକୁ ପଡିବ ବୋଲି ସେ କହିଛନ୍ତି।