ଓମିକ୍ରନ୍‌କୁ ହାଲୁକା ଭାବେ ନିଅନ୍ତୁ ନାହିଁ, ଦ୍ରୁତ ସଂକ୍ରମଣ ସୃଷ୍ଟି କରିପାରେ ନୂଆ ଭାରିଏଣ୍ଟ: ଡବ୍ଲୁଏଚଓର ଚେତାବନୀ

ଜେନେଭା,୬ ।୧: ସାରା ବିଶ୍ୱରେ ବଢି ଚାଲିଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନର ସଂକ୍ରମଣ । ଏଥିରେ ମୃତ୍ୟୁ ହାର କମ୍ ଥିବାରୁ ଲୋକେ ଏହାକୁ ହାଲୁକା ଭାବେ ଗ୍ରହଣ କରୁଛନ୍ତି । କିନ୍ତୁ ଏହାରି ଭିତରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଚେତାବନୀ ଦେଇଛି କି ଓମିକ୍ରନୁ ଏବେ ହାଲୁକା ଭାବେ ଗ୍ରହଣ କରନ୍ତୁ ନାହିଁ । ଏହା ଆହୁରି ଘାତକ ନୂଆ ଭାରିଏଣ୍ଟ ସୃଷ୍ଟି କରିପାରେ ସହାୟକ ହୋଇପାରେ । ସଙ୍ଗଠନର ଜରୁରୀକାଳିନ ଅଧିକାରୀ କୈଥରିନ ସ୍ମଲୱୁଡ କହିଛନ୍ତି ଓମିକ୍ରନ୍‌ର ଦ୍ରୁତ ସଂକ୍ରମଣ ବିପରିତ ପ୍ରଭାବ ପକାଇପାରେ । ଅନ୍ୟପଟେ ଏବେକାର କରୋନା ସଂକ୍ରମିତଙ୍କୁ ୧୪ ଦିନ କ୍ୱାରାଣ୍ଟାଇନରେ ରହିବାକୁ ଡବ୍ଲୁଏଚଓ ଇନସିଡେଣ୍ଟ ମ୍ୟାନେଜମେଣ୍ଟ ସପୋର୍ଟ ଟିମର ଆବଦି ମହମ୍ମଦ କହିଛନ୍ତି । ସୂଚନାଯୋଗ୍ୟ, ଦକ୍ଷିଣ ଆଫ୍ରିକ୍ରାରୁ ଆରମ୍ଭ ହୋଇଥିବା ଓମିକ୍ରନ୍ ଏବେ ସାରା ବିଶ୍ୱର ନିଦ ହଜାଇ ଦେଇଛି । ଏହି ନୂଆ ଭାରିଏଣ୍ଟ ଦ୍ରୁତ ଗତିରେ ବ୍ୟାପୁଥିବାରୁ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?