Posted inଜାତୀୟ

ଭାରତରେ ଓମିକ୍ରନ୍‌ର ନୂଆ ଭାରିଆଣ୍ଟ ଚିହ୍ନଟ: ବିଶେଷଜ୍ଞ ଦେଲେ ଚେତାବନୀ

ନୂଆଦିଲ୍ଲୀ,୧୭।୧୦: ଦେଶରେ କୋଭିଡ୍‌ ସଂକ୍ରମଣ ଯଥେଷ୍ଟ ହ୍ରାସ ପାଇଥିବା ବେଳେ ଅଧିକାଂଶ ସ୍ଥାନରେ ଅନେକ କଟକଣାକୁ କୋହଳ କରାଯାଇଛି। ଇତିମଧ୍ୟରେ ଭାରତରେ ଓମିକ୍ରନ୍‌ର ଆଉ ଏକ ନୂଆ ସବ୍‌ଭାରିଆଣ୍ଟ ଚିହ୍ନଟ ହେବା ପରେ ସମସ୍ତଙ୍କ ଚିନ୍ତାର କାରଣ ପାଲଟିଛି। ଦୀପାବଳି ବେଳକୁ ଦେଶରେ କୋଭିଡ୍‌ ସଂକ୍ରମଣ ବଢ଼ିପାରେ ବୋଲି ବିଶେଷଜ୍ଞ ଆଶଙ୍କା କରୁଛନ୍ତି। ସେଥିପାଇଁ ପାର୍ବଣ ଋତୁରେ ଅଧିକ ସତର୍କ ରହିବା ଲାଗି ପରାମର୍ଶ ଦିଆଯାଇଛି। ବିଏଫ୍‌.୭ ନାମକ ଏହି ସବ୍‌ଭାରିଆଣ୍ଟ ଅଧିକ ସଂକ୍ରାମକ ଓ ଏହା ଶୀଘ୍ର ବ୍ୟାପିଥାଏ। ଗୁଜରାଟର ବାୟୋଟେକ୍‌ନୋଲୋଜି ରିସର୍ଚ୍ଚ ସେଣ୍ଟର ବିଏଫ୍‌.୭ର ପ୍ରଥମ ମାମଲା ଠାବ କରିଛି। ଚାଇନାର ମଙ୍ଗୋଲିଆରେ ପ୍ରଥମେ ବିଏ.୫.୧.୭ ଏବଂ ବିଏଫ୍‌.୭ ଚିହ୍ନଟ ହେବା ପରେ ଏହା ଅନ୍ୟ ଦେଶକୁ ବ୍ୟାପି ସାନି ବିପଦ ସୃଷ୍ଟି କରିଛି। ଚାଇନାରେ ନିକଟରେ ସଂକ୍ରମଣ ବୃଦ୍ଧି ପାଇବାର କାରଣ ଏହି ଦୁଇ ସବ୍‌ଭାରିଆଣ୍ଟ ବୋଲି କୁହାଯାଉଛି। ଏହା ଅତି ଦ୍ରୁତ ବେଗରେ ସଂକ୍ରମିତ ହେଉଥିବା ବେଳେ ଏବେ ବ୍ରିଟେନ, ଆମେରିକା, ଅଷ୍ଟ୍ରେଲିଆ, ବେଲ୍‌ଜିୟମ ପ୍ରଭୃତି ଦେଶକୁ ବ୍ୟାପିସାରିଲାଣି। ଓମିକ୍ରନ୍‌ ବିଏଫ୍‌.୭ର ବିଶେଷତ୍ୱ ହେଉଛି ଏହା କୋଭିଡ୍‌ର ପୂର୍ବ ସଂକ୍ରମଣ ଏବଂ ଟିକା ନେବା ଦ୍ୱାରା ଶରୀରରେ ସୃଷ୍ଟି ହୋଇଥିବା ଆଣ୍ଟିବଡ଼ିକୁ ଚକ୍‌ମା ଦେଖାଇବାକୁ ସମର୍ଥ। ପୂର୍ବ ଭାରିଆଣ୍ଟଗୁଡ଼ିକ ତୁଳନାରେ ଏହା ଅଧିକ ଶୀଘ୍ର ବ୍ୟାପିବ ବୋଲି କୁହାଯାଉଛି। ସେଥିପାଇଁ ଆଗାମୀ ଦୁଇ/ତିନି ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆଗକୁ ପାର୍ବଣ ଥିବାରୁ ସତର୍କତା ଅବଲମ୍ବନ କରିବା ଜରୁରୀ ବୋଲି ନ୍ୟାଶନାଲ ଟେକ୍‌ନିକାଲ ଆଡଭାଇଜରୀ ଗ୍ରୁପ୍‌ ଅଫ୍‌ ଇମ୍ୟୁନାଇଜେଶନ(ଏନ୍‌ଟିଏଜିଆଇ)ର ଅଧ୍ୟକ୍ଷ ଡ. ଏନ୍‌.କେ. ଆରୋରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri