ଓମିକ୍ରନର ଆଉ ୨ ନୂଆ ଲକ୍ଷଣ, ଯାହା କରୋନାଠାରୁ ସମ୍ପୂର୍ଣ୍ଣ ଭିନ୍ନ

ଲଣ୍ଡନ,୩୧ ।୧୦: ସାରା ବିଶ୍ୱ ପାଇଁ ଏବେ ଚିନ୍ତାର କାରଣ ପାଲଟିଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ । ଏବେ ଏହା ଦ୍ରୁତ ବେଗରେ ବ୍ୟାପୁଥିବାରୁ ଏହାକୁ ନେଇ ବିଶେଷ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି । ଏହାସହ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ସମୟ ସମୟରେ ଏହାର ଲକ୍ଷଣ ସହ ମଧ୍ୟ ଜନସାଧାରଣଙ୍କୁ ପଚିରିତ କରାଉଛନ୍ତି । ନିକଟରେ କିଙ୍ଗସ କଲେଜ ଲଣ୍ଡନରେ ଜେନେଟିକ ଏପିଡେମିଓଲୋଜିର ପ୍ରଫେସର ଟିମ ସ୍ପେକ୍ଟର କହିଛନ୍ତି ଓମିକ୍ରନର ଆଉ ୨ଟି ନୂଆ ଲକ୍ଷଣ ଦେଖିବାକୁ ମିଳିଲାଣି । ଗୋଟିଏ ହେଉଛି ସଂକ୍ରମିତଙ୍କୁ ବାନ୍ତି ଲାଗିବା ଅନ୍ୟଟି ଭୋକ ନ ଲାଗିବା । ପୂର୍ବରୁ ଓମିକ୍ରନର ଲକ୍ଷଣ ସାମାନ୍ୟ ଥଣ୍ଡା, ସର୍ଦ୍ଦି, ଗଳା ଦରଜ ଆଦି ଥିବା ବେଳେ ଏବେ ଏହି ୨ ଲକ୍ଷଣ ବି ଓମିକ୍ରନର ବୋଲି ବିଶେଷଜ୍ଞମାନେ କହିଲେଣି । ତେଣୁ ଏସବୁ ଲକ୍ଷଣ ଦେଖାଦେଲେ ତୁରନ୍ତ ଟେଷ୍ଟ କରିନେବାକୁ ପରାମର୍ଶ ଦିଆଯାଉଛି । ଏହା ଟିକା ନେଇଥିବା ଅବା ବୁଷ୍ଟର ଡୋଜ ନେଇଥିବା ଲୋକଙ୍କ ପାଖରେ ବି ଦେଖାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର  ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ଅଭିଯୋଗ ଶୁଣିଲେ ଜିଲାପାଳ ଆରକ୍ଷୀ ଅଧୀକ୍ଷକ: ସମସ୍ୟାର ମିଳିଲା ସମାଧାନ

ପୁରୁଷୋତ୍ତମପୁର, ୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।…

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ…

୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ଏହି ସବୁ ଜିଲାରେ ୨୪ ଘଣ୍ଟାରେ…

ଭୁବନେଶ୍ୱର, ୧୩।୭: ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା । ୨୪ ଘଣ୍ଟା ପାଇଁ ୧୪ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ କେନ୍ଦୁଝର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri