୧୩ ଦେଶରେ ପହଞ୍ଚିଲା ଓମିକ୍ରନ: ବିଦେଶୀଙ୍କ ପାଇଁ ଜାପାନ ମନା

ନୂଆଦିଲ୍ଲୀ/ଟୋକିଓ /ଲିସବନ,୩୦ ।୧୧: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ୧୩ଟି ଦେଶରେ ପହଞ୍ଚି ସାରିଥିବା ଜଣାପଡିଛି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ନୂଆ ଗାଇଡଲାଇନ୍ ଜାରି କରିଛନ୍ତି । ଏଥିରେ କୁହାଯାଇଛି କି ଓମିକ୍ରନ ଆକ୍ରାନ୍ତ ଦେଶରୁ ଆସୁଥିବା ଲୋକଙ୍କ ଉପରେ ବିଶେଷ ଦୃଷ୍ଟି ଦେବା ସହ ଏଠାରୁ ଭାରତ ଆସୁଥିବା ଯାତ୍ରୀଙ୍କର କରୋନା ଟେଷ୍ଟ କରିବା ବାଧ୍ୟତାମୂଳକ ଓ ଏମାନେ ୭ ଦିନ କ୍ୱାରାଣ୍ଟାଇନରେ ରହିବା ବି ବାଧ୍ୟତାମୂଳକ କରାଯାଇଛି । ଅନ୍ୟପଟେ ଜାପାନ ବିଦେଶଯାତ୍ରୀଙ୍କ ପାଇଁ ତା’ର ସୀମା ବନ୍ଦ ରଖିବାକୁ ସୋମବାର ଘୋଷଣା କରିଛି । ବିଶ୍ୱର ତୃତୀୟ ସର୍ବବୃହତ୍ତ ଅର୍ଥବ୍ୟବସ୍ଥା ଥିବା ଦେଶ ଓମିକ୍ରନ ପାଇଁ ଏଭଳି ନିଷ୍ପତ୍ତି ନେଇଛି । ତେବେ ଇସ୍ରାଏଲ ପରେ ଜାପାନ ଓମିକ୍ରନକୁ ନେଇ ସବୁଠାରୁ କଠୋର ପଦକ୍ଷେପ ନେଇଛି । କାରଣ ଓମିକ୍ରନ ପାଇଁ ଇସାଏଲ ପ୍ରଥମେ ତା’ର ସୀମା ସିଲ୍ କରିବା କଥା ଘୋଷଣା କରିଥିଲା । ଜାପାନର ପ୍ରଧାନମନ୍ତ୍ରୀ ଫୁମୁୟୋ କିଶିଦା କହିଛନ୍ତି ସବୁଠାରୁ ଖରାପ ସ୍ଥିତିକୁ ରୋକିବାକୁ ଜାପାନ ମଙ୍ଗଳବାରଠାରୁ ବିଦେଶିଙ୍କ ପାଇଁ ତା’ର ସୀମା ବନ୍ଦ କରିଦେବ । ସେ ଏହାକୁ ଅସ୍ଥାୟୀ ଓ ଅସାଧାରଣ ଉପାୟ କହିଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ଏହା ଜରୁରୀ ବୋଲି କହିଛନ୍ତି ।
ଓମିକ୍ରନ ଏବେ ସ୍କଟଲ୍ୟାଣ୍ଡ, ପର୍ତ୍ତୁଗାଲ, ଅଷ୍ଟ୍ରେଲିୟା, ବେଳଜିୟମ, ବୋସ୍ତୱାନା, ବ୍ରିଟେନ, କାନାଡା, ଡେନମାର୍କ, ଫ୍ରାନ୍ସ, ଜର୍ମାନୀ, ହଂକଂ, ଇସ୍ରାଏଲ, ଇଟାଲୀ, ନେଦରଲ୍ୟାଣ୍ଡସରେ ପହଞ୍ଚିଥିବା ସୂଚନା ରହିଛି । ଏହା ଅନ୍ୟ ସମସ୍ତ ଭାରିଏଣ୍ଟଠାରୁ ମାରାତ୍ମକ ହୋଇଥିବାରୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ କହିଛି କିଛି ଦେଶରେ ଏହା ଭୟାବହ ହେବ । ତେଣୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ଚେତାବନୀକୁ ଦୃଷ୍ଟିରେ ରଖି ଭିନ୍ନ ଭିନ୍ନ ଦେଶ ଏଥିପାଇଁ ଭିନ୍ନ ଭିନ୍ନ ଗାଇଡଲାଇନ ଜାରି କରୁଛନ୍ତି । ଦକ୍ଷିଣ ଆଫ୍ରିକାରେ ଏହା ପ୍ରଥମେ ଦେଖାଦେଇଥିବାରୁ ଏବେ ଅନେକ ଦେଶ ଦକ୍ଷିଣ ଆଫ୍ରିକା ଯାତ୍ରାକୁ ବାରଣ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri