୬୩ ଦେଶରେ ପହଞ୍ଚିଲା ଓମିକ୍ରନ୍‌…

ଜେନେଭା, ୧୩।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଇତିମଧ୍ୟରେ ପୃଥିବୀର ୬୩ ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳୁଛି। ବିଶ୍ୱ ସୱାସ୍ଥ୍ୟ ସଂଗଠନ କହିଛି ଯେ ପୃଥିବୀର ବିଭିନ୍ନ ଦେଶରେ ଓମିକ୍ରନ୍‌ ପହଞ୍ଚିବାରେ ଲାଗିଛି। ତେବେ ଡେଲ୍ଟା ଭାରିଆଣ୍ଟଠାରୁ ଏହା କମ୍‌ ବିପଜ୍ଜନକ।

ଆସନ୍ତା କିଛି ମାସ ମଧ୍ୟରେ ୟୁରୋପରେ ଅଧାରୁ ଅଧିକ ଲୋକ ଓମିକ୍ରନ୍‌ରେ ଆକ୍ରାନ୍ତ ହେବାର ଆଶଙ୍କା ରହିଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଚେତାବନୀ ଦେଇଛି ଯେ, ଓମିକ୍ରନ୍‌ ଭାରିଆଣ୍ଟ କେତେ ଦୂର ସଂକ୍ରାମକ, ଏହା ଅଧିକ ଭୟଙ୍କର ସ୍ଥିତି ସୃଷ୍ଟି କରିବ କି ନାହିଁ ଏବଂ ଏହା ବିରୁଦ୍ଧରେ କେତେ ପ୍ରଭାବଶାଳୀ ଚିକିତ୍ସା ଏବଂ ଟିକା ଅଛି ତାହା ନିର୍ଣ୍ଣୟ କରିବାକୁ ସପ୍ତାହେ ସମୟ ଲାଗିପାରେ। ଆମେରିକା ଏବଂ ଅଷ୍ଟ୍ରେଲିଆ ଏହା ସଂକ୍ରମଣ ହେବାରେ ଲାଗିଛି।

ଆମେରିକାର ମିସିଗାନରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରୁ  ଭେଣ୍ଟିଲେଟରର ଅଭାବ ଦେଖାଦେଇଛି। ଏଥି ସହିତ, ଦକ୍ଷିଣ ଆଫ୍ରିକାରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍‌ ଲଢ଼େଇରେ ନିଆଯାଇଥିବା ପଦକ୍ଷେପଗୁଡ଼ିକ ଓମିକ୍ରନ ଠାରୁ ଦୂରେଇ ରହିବାରେ ମଧ୍ୟ ପ୍ରଭାବଶାଳୀ ପ୍ରମାଣିତ ହେବ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ କହିଛି। ଓମିକ୍ରନ୍‌ ସଂକ୍ରମଣ ନେଇ ପ୍ରତ୍ୟେକ ଦେଶ ପ୍ରସ୍ତୁତ ରହିବା ଉପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri