ଅନୁଗୋଳ ଛୁଇଁଲା ଓମିକ୍ରନ

ଅନୁଗୋଳ ଅଫିସ,୩ା୧: ଅନୁଗୋଳ ଜିଲାରେ ପ୍ରବେଶ କରିସାରିଛି ମାରାତ୍ମକ କୋଭିଡ୍‌ ଭୂତାଣୁ ଓମିକ୍ରନ। ପୂର୍ବରୁ ଜିଲାରେ ଚିହ୍ନଟ ହୋଇଥିବା ୨ କରୋନା ଆକ୍ରାନ୍ତଙ୍କ ନମୁନା ଅଧିକ ପରୀକ୍ଷଣ ବେଳେ ସେମାନଙ୍କଠାରେ ଏହି ଓମିକ୍ରନ ପ୍ରଜାତିର ଭୂତାଣୁ ଥିବା ରବିବାର ଜଣାପଡ଼ିଛି। ଏହାକୁ ନେଇ ଜିଲାବାସୀଙ୍କ ଚିନ୍ତା ବଢ଼ିଯାଇଛି। କିଛିଦିନ ଧରି ଜିଲାରେ କୋଭିଡ୍‌ ସଂକ୍ରମଣ ସେତେଟା ଦେଖିବାକୁ ମିଳୁ ନ ଥିବାବେଳେ ହଠାତ୍‌ ଓମିକ୍ରନ ଚିହ୍ନଟ ହେବା ସ୍ଥିତି ବିଗାଡ଼ିଦେଇପାରେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି।
ଜିଲା ପ୍ରଶାସନର ସୂଚନା ଅନୁଯାୟୀ, ରବିବାର ଅନୁଗୋଳ ଜିଲାରୁ କେହି କରୋନା ପଜିଟିଭ୍‌ ଚିହ୍ନଟ ହୋଇନାହାନ୍ତି। ଯେଉଁ ୨ ଜଣଙ୍କ ଦେହରେ ଓମିକ୍ରନ ପ୍ରଜାତି ଥିବା ଜଣାପଡ଼ିଛି, ସେମାନେ କିଛିଦିନ ତଳେ ଦୁବାଇରୁ ଫେରିଥିଲେ। ସଙ୍ଗରୋଧରେ ଥିବାବେଳେ ସେମାନଙ୍କ ନିକଟରେ କରୋନା ଲକ୍ଷଣ ପ୍ରକାଶ ପାଇଥିଲା। ରିପୋର୍ଟ ପଜିଟିଭ୍‌ ଆସିବା ପରଠାରୁ ଉଭୟଙ୍କ ଚିକିତ୍ସା ଜାରି ରହିଛି। ଅଧିକ ପରୀକ୍ଷା ପାଇଁ ସ୍ବାବ୍‌ ନମୁନା ପଠାଯିବା ସହ କଣ୍ଟାକ୍ଟ ଟ୍ରେସିଂ କରାଯାଇଛି। ପରିବାରର ଅନ୍ୟ ୮ ଜଣଙ୍କ ସ୍ବାବ୍‌ ରିପୋର୍ଟ ମଧ୍ୟ ନେଗେଟିଭ୍‌ ରହିଛି। ଆଗାମୀ ଦିନରେ ସ୍ଥିତିକୁ ଦେଖି ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି। ବର୍ତ୍ତମାନ ସୁଦ୍ଧା ଜିଲାରେ ମୋଟ୍‌ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪ ହଜାର ୫୧୬ ରହିଛି। ୩୯୮ ଜଣଙ୍କ ମୃତ୍ୟୁ ହୋଇସାରିଥିବାବେଳେ ୧୪ ଲକ୍ଷ ୨୧ ହଜାର ୮୨୫ ଜଣଙ୍କୁ ଟିକା ଦିଆସରିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri