ଓମିକ୍ରନ୍‌ ତାଣ୍ଡବ ଆରମ୍ଭ, ଆକ୍ରାନ୍ତଙ୍କ ସଂଖ୍ୟା ୨,୧୩୫…

ନୂଆଦିଲ୍ଲୀ, ୫।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଂକ୍ରମଣ ଗ୍ରାଫ୍‌ ଉପର ମୁହାଁ ହେବାରେ ହୋଇଛି। ଓମିକ୍ରନ୍‌ର ତାଣ୍ଡବ ଆରମ୍ଭ ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୪ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୩୫ ଛୁଇଁଛି।

ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୫୩ ରହିଛି। ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ୪୬୪ରେ ପହଞ୍ଚିଛି। କେରଳ, ଗୁଜରାଟ, ରାଜସ୍ଥାନ ଏବଂ ତାମିଲନାଡୁରେ ଶହେରୁ ଅଧିକ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଏସବୁ ରାଜ୍ୟ ଅଧିକ ସଂକ୍ରମଣ ହୋଇଥିବା ୧୦ ରାଜ୍ୟ ତାଲିକାରେ ରହିଛନ୍ତି। ସେହିପରି ତେଲେଙ୍ଗାନା, କର୍ନାଟକ, ହରିୟାଣା ଏବଂ ଓଡ଼ିଶା ମଧ୍ୟ ଶୀର୍ଷ ୧୦ ତାଲିକାରେ ଅଛନ୍ତି।

କେରଳରେ ୧୮୫, ରାଜସ୍ଥାନରେ ୧୭୪, ଗୁଜୁରାଟରେ ୧୫୪, ତାମିଲନାଡୁରେ ୧୨୧, ତେଲେଙ୍ଗାନାରେ ୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି କର୍ନାଟକରେ ୭୭, ହରିୟାଣାରେ ୭୧, ଓଡ଼ିଶାରେ ୩୭, ଉତ୍ତରପ୍ରଦେଶରେ ୩୧, ଆନ୍ଧ୍ରପ୍ରଦେଶରେ ୨୪, ପଶ୍ଚିମବଙ୍ଗରେ ୨୦, ମଧ୍ୟପ୍ରଦେଶରେ ୯, ଉତ୍ତରାଖଣ୍ଡରେ ୮, ଗୋଆରେ ୫, ମେଘାଳୟ ୫, ଜମ୍ମୁ-କଶ୍ମୀରରେ ୩, ଚଣ୍ଡିଗଡ଼ରେ ୩, ଆଣ୍ଡାମାନ୍‌ ନିକୋବରରେ ୨, ପଞ୍ଜାବରେ ୨, ହିମାଚଳପ୍ରଦେଶରେ ୧, ଲଦାଖରେ ୧ ଏବଂ ମଣିପୁରରେ ୧ ଜଣଙ୍କୁ ଚିହ୍ନଟ କରାଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

୮୨୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri