ଓମିକ୍ରନ୍‌ ଆତଙ୍କ, ୫ ରୁ ୧୪ ବର୍ଷ ବୟସ୍କ ପିଲାଙ୍କ ପାଇଁ ଅଧିକ ବିପଦ…

ଜେନେଭା,୮।୧୨: ଦକ୍ଷିଣ ଆଫ୍ରିକାରୁ ସମଗ୍ର ବିଶ୍ୱରେ ବ୍ୟାପିଥିବା ଓମିକ୍ରନ ଭାରିଆଣ୍ଟକୁ ନେଇ ଭୟର ବାତାବରଣ ଥିବାବେଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ପିଲାମାନଙ୍କଠାରେ ସଂକ୍ରମଣ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଜାରି କରାଯାଇଛି। ଡବ୍ଲ୍ୟୁଏଚ୍‌ଓର ୟୁରୋପୀୟ କାର୍ଯ୍ୟାଳୟ କହିଛି ଯେ ୫ ରୁ ୧୪ ବର୍ଷ ବୟସର ପିଲାମାନଙ୍କଠାରେ ସଂକ୍ରମଣ ହେବାର ଆଶଙ୍କା ଅଧିକ ରହିଛି। ଡବ୍ଲ୍ୟୁଏଚ୍‌ଓ ୟୁରୋପର ଆଞ୍ଚଳିକ ନିର୍ଦ୍ଦେଶକ ଡକ୍ଟର ହାନ୍ସ କ୍ଲୁଜଙ୍କ ଅନୁଯାୟୀ ଟିକାକରଣ ଦ୍ୱାରା ବିପଦ କିଛି ମାତ୍ରାରେ କମିବାର ସମ୍ଭାବନା ରହିଛି। ପୂର୍ବ କରୋନା ଲହର ତୁଳନାରେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଘଟିଛି। କିନ୍ତୁ ସେ ଚେତାବନୀ ଦେଇଛନ୍ତି ଯେ ଗତ ଦୁଇ ମାସ ମଧ୍ୟରେ ୫୩ଟି ଦେଶରେ କରୋନା ମାମଲା ଏବଂ ମୃତ୍ୟୁ ସଂଖ୍ୟା ଦ୍ୱିଗୁଣିତ ହୋଇଛି। ଏଭଳି ପରିସ୍ଥିତିରେ ସତର୍କ ରହିବା ଆବଶ୍ୟକ।

ସେ କହିଛନ୍ତି ଯେ ଡେଲ୍ଟା ଭାରିଆଣ୍ଟ ଯୋଗୁ ଏବେ ବି ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ୨୧ ଦେଶରେ ଓମିକ୍ରନ୍‌ର ୪୩୨ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ୟୁରୋପରେ ଏବଂ ମଧ୍ୟ ଏସିଆରେ ଡେଲ୍ଟା ଭାରିଆଣ୍ଟ ଚିନ୍ତାର ବିଷୟ ପାଲଟିଛି। ଏହାକୁ ରୋକିବାରେ ଟିକାକରଣ ପ୍ରଭାବଶାଳୀ ସାବ୍ୟସ୍ତ ହୋଇଛି।

ୟୁରୋପର କେତେକ ଦେଶରେ ପିଲାମାନଙ୍କ ମଧ୍ୟରେ ସଂକ୍ରମଣ ମାମଲା ଦୁଇରୁ ତିନି ଗୁଣ ବୃଦ୍ଧି ପାଇଛି ବୋଲି କ୍ଲୁଜ ଚିନ୍ତା ପ୍ରକଟ କରିଛନ୍ତି। ଯଦିଓ ସ୍ବାସ୍ଥ୍ୟସେବା କର୍ମଚାରୀ, ଦୁର୍ବଳ ପ୍ରତିରକ୍ଷା ପ୍ରଣାଳୀ ଥିବା ଲୋକ ଏବଂ ବୟସ୍କଙ୍କ ତୁଳନାରେ ପିଲାଙ୍କଠାରେ କମ ସଂକ୍ରମଣ ଦେଖାଯାଉଛି। ସେ କହିଛନ୍ତି ଯେ ସ୍କୁଲ ଛୁଟି ହେବା ଯୋଗୁ ପିଲାମାନେ ପିତାମାତା କିମ୍ବା ଜେଜେବାପାଙ୍କ ସହ ଘରେ ରହିବାକୁ ପସନ୍ଦ କରନ୍ତି। ଏହି କାରଣରୁ ସେମାନଙ୍କଠାରୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ରହିଛି। ଏପରି ପରିସ୍ଥିତିରେ, ଯଦି ସେମାନଙ୍କୁ ଟିକା ନ ଦିଆଯାଏ ମୃତ୍ୟୁ ସଂଖ୍ୟା ୧୦ ଗୁଣା ବଢ଼ିବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ଶାନ୍ତି ଦୂତ ସାଜିଥିବା ପାକିସ୍ତାନ ଏବେ ସାଜିବ ‘ଖଳନାୟକ’! ଟ୍ରମ୍ପଙ୍କ ଚକ୍ରବ୍ୟୂହରେ ଫସିଲେ ଶେହବାଜ

ନୂଆଦିଲ୍ଲୀ,୨୫।୫: ପାକିସ୍ତାନ ସମ୍ମୁଖରେ ଏଭଳି ଏକ ଦ୍ୱନ୍ଦ୍ୱ ଦେଖାଦେଇଛି, ଯେଉଁଥିରେ ଯଦି ସେ ସ୍ବୀକାର କରେ ତେବେ ବି ଫସିବ ଏବଂ ଯଦି ମନା କରେ ତେବେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri