୬ ଦେଶରେ ଓମିକ୍ରନ ସ୍ପାଉନ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ବଢ଼ିଲା ଚିନ୍ତା…

ଜେନେଭା,୨୦।୧୦ : ବିଶ୍ୱ ନାମରେ ଆତଙ୍କ ସୃଷ୍ଟି କରିଥିବା କରୋନା ସଂକ୍ରମଣ ପୁଣି ଥରେ ବଢ଼ିବାରେ ଲାଗିଛି। ଫଳରେ କରୋନା ମାର୍ଗଦର୍ଶିକା ପୁଣି ଫେରିବା ଆରମ୍ଭ କରିଛି। ଏବେ ପୁଣି ସମସ୍ତଙ୍କ ପାଇଁ ମାସ୍କ ପିନ୍ଧିବା ଜରୁରୀ ହୋଇ ପଡ଼ିଛି। ଅପରପକ୍ଷରେ, କରୋନାର ନୂତନ ସବ-ଭାରିଆଣ୍ଟ ନେଇ ବିଶେଷଜ୍ଞଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କରୋନାର ନୂତନ ସବ-ଭାରିଆଣ୍ଟ ବିଏଫ୍‌.୭, ଏବଂ ବିଏ.୫.୧.୭ ସମଗ୍ର ବିଶ୍ୱରେ ପାଦ ବିସ୍ତାର କରିଛି। ଏହାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଚିନ୍ତାରେ ପଡ଼ିଛି।

ଚାଇନାରେ ସଂକ୍ରମଣ ସୃଷ୍ଟି କରିଥିବା ବିଏଫ୍‌.୭ ର ନାମ ଓମିକ୍ରନ ସ୍ପାଉନ ଭାବେ ନାମିତ କରାଯାଇଛି। ଇତି ମଧ୍ୟରେ ଚାଇନା ସମେତ ଆମେରିକା, ବ୍ରିଟେନ, ଅଷ୍ଟ୍ରେଲିଆ, ବେଲଜିୟମ ଏବଂ ଭାରତ ଆଦି ୬ଟି ଦେଶରେ ଏହା ଚିହ୍ନଟ ହୋଇଛି। ଓମିକ୍ରନ ସ୍ପାଉନ ସମଗ୍ର ବିଶ୍ୱର ବିଶେଷଜ୍ଞଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। କାରଣ ଏହା କରୋନାର ଅନ୍ୟ ଭାରିଆଣ୍ଟ ଅପେକ୍ଷା ଅଧିକ ସଂକ୍ରାମକ ଏବଂ ଦ୍ରୁତ ଗତିରେ ବ୍ୟାପିଥାଏ । ଅପରପକ୍ଷରେ, ଭାରତ ଭଳି ଦେଶରେ, ଯେଉଁଠାରେ ପାର୍ବଣ ଋତୁ ଚାଲିଛି। ତେଣୁ ବହୁ ସଂଖ୍ୟକ ଲୋକ ସର୍ବସାଧାରଣ ସ୍ଥାନରେ ଏକାଠି ହେବାର ସମ୍ଭାବନା ରହିଛି। ଏପରି ପରିସ୍ଥିତିରେ, ଲୋକଙ୍କ ଟିକିଏ ଅସାବଧାନତା ମଧ୍ୟ ଏକ ବଡ ଭୁଲ ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?