ଓମିକ୍ରନରେ ଅଧିକ ସଂକ୍ରମିତ ହେଉଛନ୍ତି ୨୦-୩୦ ବର୍ଷ ବୟସର ଯୁବବର୍ଗ, ରହିଛି ଏସବୁ ଲକ୍ଷଣ..

ୱାଶିଂଟନ,୨୨ ।୧୨: କମ୍ ପ୍ରଭାବି କୁହାଯାଉଥିବା କରୋନା ଭାଇରସର ନୂଆ ଭାରିଏଣ୍ଟ ଏବେ ତା’ର ଅସଲ ରୂପ ଦେଖାଇବା ଆରମ୍ଭ କଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ଓମିକ୍ରନ୍ ଯୋଗୁ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ବି ଚେତାବନୀ ଦେଇଛି କି ଆଗକୁ ଓମିକ୍ରନର ଝଡ ଆସୁଛି । ଏହି ଭାଇରସ ୨୦-୩୦ ବର୍ଷ ବୟସର ଯୁବବର୍ଗଙ୍କୁ ଅଧିକ ପରିମାଣରେ ସଂକ୍ରମିତ କରୁଥିବା କୁହାଯାଉଛି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ କେବଳ ବ୍ରିଟେନରେ ବେସରକାରୀ ଭାବେ ୧୨ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି । ହେଲେ ସରକାରଙ୍କ ଘୋଷଣାରେ ଜଣଙ୍କର ମୃତ୍ୟୁ ହୋଇଥିବା କୁହାଯାଇଛି । ସେହିପରି ଆମେରିକା ଓ ଇସ୍ରାଏଲରେ ବି ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେଲାଣି । ଓମିକ୍ରନ୍‌ରେ ଆମେରିକାରେ ଏବେ ଯେତିକି ଲୋକ ସଂକ୍ରମିତ ହେଲେଣି ଏହା ମୋଟ ସଂକ୍ରମିତର ୭୩ ପ୍ରତିଶତ ବୋଲି ଜଣାପଡିଛି । ଏବେ ଏହାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ କହିଛି ଯଦି ଗୋଟିଏ ଦେଶ ଓମିକ୍ରନ୍ ଦ୍ୱାରା ସଂକ୍ରମିତ ହେଲ ତେବେବି ଏହା ବିଶ୍ୱ ପାଇଁ ବିପଦ ।
କ’ଣ ରହିଛି ଓମିକ୍ରନର ଲକ୍ଷଣ
ଓମିକ୍ରନ୍ ସଂକ୍ରମିତ ୮୯ ପ୍ରତିଶତଙ୍କ ନିକଟରେ କାଶ, ରାତିରେ ଝାଳ ବୋହିବା, ଗଳା ଦରଜ, ଅନ୍ୟ ଭାରିଏଣ୍ଟ ଭଳି ଜ୍ୱର ମଧ୍ୟ ହେବ । ଆମେରିକାରେ ୪୩ ଜଣଙ୍କ ସିଡିସି ବିଶ୍ଳେଷଣ ଅନୁଯାୟୀ, ଓମିକ୍ରନର ସବୁଠାରୁ ସାଧାରଣ ଲକ୍ଷଣ ହେଲା କାଶ, ଥକାପଣ ଓ ନାକରୁ ବୋହିବା । ଓମିକ୍ରନ୍ ଇମ୍ୟୁନିଟି ସିଷ୍ଟମ ଉପରେ ଅଧିକ ପ୍ରଭାବ ପକାଉଛି । ଯେଉଁମାନେ ୨ ଡୋଜ ଟିକା ନେଇ ସାରିଛନ୍ତି ସେମାନେ ବି ସତର୍କ ରହିବା ଦରକାର ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri