୩୮ ଦେଶରେ ଓମିକ୍ରନ୍‌ ଆତଙ୍କ…

ଜେନେଭା/ନୂଆଦିଲ୍ଲୀ,୨।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଇତିମଧ୍ୟରେ ପୃଥିବୀର ୩୮ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳୁଛି। ବିଶ୍ୱ ସୱାସ୍ଥ୍ୟ ସଂଗଠନ କହିଛି ଯେ ପୃଥିବୀର ବିଭିନ୍ନ ଦେଶରେ ଓମିକ୍ରନ୍‌ ପହଞ୍ଚିବାରେ ଲାଗିଛି, କିନ୍ତୁ ଇତିମଧ୍ୟରେ କୌଣସି ଆକ୍ରାନ୍ତଙ୍କରର ମୃତ୍ୟୁ ଘଟି ନାହିଁ। ଆସନ୍ତା କିଛି ମାସ ମଧ୍ୟରେ ୟୁରୋପରେ ଅଧାରୁ ଅଧିକ ଲୋକ ଓମିକ୍ରନ୍‌ରେ ଆକ୍ରାନ୍ତ ହେବାର ଆଶଙ୍କା ରହିଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଚେତାବନୀ ଦେଇଛି ଯେ, ଓମିକ୍ରନ୍‌ ଭାରିଆଣ୍ଟ କେତେ ଦୂର ସଂକ୍ରାମକ, ଏହା ଅଧିକ ଭୟଙ୍କର ସ୍ଥିତି ସୃଷ୍ଟି କରିବ କି ନାହିଁ ଏବଂ ଏହା ବିରୁଦ୍ଧରେ କେତେ ପ୍ରଭାବଶାଳୀ ଚିକିତ୍ସା ଏବଂ ଟିକା ଅଛି ତାହା ନିର୍ଣ୍ଣୟ କରିବାକୁ ସପ୍ତାହେ ସମୟ ଲାଗିପାରେ। ଆମେରିକା ଏବଂ ଅଷ୍ଟ୍ରେଲିଆ ଏହା ସଂକ୍ରମଣ ହେବାରେ ଲାଗିଛି। ଏଥି ସହିତ, ଦକ୍ଷିଣ ଆଫ୍ରିକାରେ ସ୍ଥିତି ସଙ୍କଟ ଜନକ ହୋଇଛି।

ଡେଲ୍ଟା ଭାରିଆଣ୍ଟ୍‌ ଲଢ଼େଇରେ ନିଆଯାଇଥିବା ପଦକ୍ଷେପଗୁଡ଼ିକ ଓମିକ୍ରନ ଠାରୁ ଦୂରେଇ ରହିବାରେ ମଧ୍ୟ ପ୍ରଭାବଶାଳୀ ପ୍ରମାଣିତ ହେବ। ତେବେ କେତେକ ଦେଶ ଦ୍ୱାରା ସୀମା ବନ୍ଦ ପଦକ୍ଷେପ ଗ୍ରହଣ କରିବା ପ୍ରସ୍ତୁତି ପାଇଁ ସମୟ ଲାଗିବ।
ପଶ୍ଚିମ ପାସିଫିକ୍‌ ଅଞ୍ଚଳର ବିଶ୍ୱ ସ୍ବାସ୍ଥ୍ୟ ସଂଗଠନରର ଆଞ୍ଚଳିକ ନିର୍ଦ୍ଦେଶକ ଡାକ୍ତର ତାକେସି କାସାଇ ଏକ ଅନଲାଇନ ଗଣମାଧ୍ୟମ ସମ୍ମିଳନୀରେ କହିଛନ୍ତି ଯେ ସୀମା ପ୍ରତିବନ୍ଧକ ଓମିକ୍ରନ୍‌ ପ୍ରବେଶକୁ ବିଳମ୍ବ କରିପାରେ ଏବଂ ଏନେଇ ପଦକ୍ଷେପ ଗ୍ରହଣ କରିବା ଲାଗି ନିଶ୍ଚିତ କିଛି ସମୟ ମଧ୍ୟ ଲାଗିବ। ତେବେ ପ୍ରତ୍ୟେକ ଦେଶ ଏନେଇ ପ୍ରସ୍ତୁତ ରହିବା ଉଚିତ।
ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଆଞ୍ଚଳିକ ଜରୁରୀକାଳୀନ ପରିସ୍ଥିତି ନିର୍ଦ୍ଦେଶକ ଡାକ୍ତର ବି ଓଲୋଓ୍ବକୁରେ କହିଛନ୍ତି ସାମାଜିକ ଦୂରତା ନିୟମ ପାଳନ ଏବଂ ମାସ୍କ ପିନ୍ଧିବା ସହିତ ଅନ୍ୟାନ୍ୟ ପଦକ୍ଷେପ ଗ୍ରହଣ କରିବା ସହିତ ଟିକାକରଣ ବୃଦ୍ଧି ଉପରେ ଗୁରୁତ୍ୱ ଦେବା ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?