ଓମିକ୍ରନ୍ ଯୋଗୁଁ ଫେବୃୟାରୀରେ ଆସିବ କରୋନାର ତୃତୀୟ ଲହର: ଆଇଆଇଟି ବମ୍ବେ

ମୁମ୍ବାଇ,୭ ।୧୨: କରୋନା ମହାମାରୀର ତାଣ୍ଡବ ଧୀରେ ଧୀରେ କମି ଆସୁଥିବା ବେଳେ ପୁଣିଥରେ ଚିନ୍ତାରେ ପକାଇଛି ଓମିକ୍ରନ୍ ଭାରିଏଣ୍ଟ । ଏହାଯୋଗୁ ଦେଶରେ ବିପଦ ବଢୁଥିବା ବେଳେ କରୋନା ମହାମାରୀର ତୃତୀୟ ଲହର ଏହି ଓମିକ୍ରନ୍ ଯୋଗୁ ଆସିବ ବୋଲି ଅନୁମାନ କରାଯାଉଛି । ହେଲେ ଦ୍ୱିତୀୟ ଲହରଠାରୁ ଏହାର ପ୍ରଭାବ କମ୍ ରହିବ ବୋଲି କୁହାଯାଉଛି । ମୁମ୍ବାଇର ଆଇଆଇଟି ଡାଟା ବିଶେଷଜ୍ଞ ଦଳ ଏହି ଅନୁମାନ ଲଗାଇଛନ୍ତି । ସେମାନଙ୍କ ମତ ଅନୁଯାୟୀ ତୃତୀୟ ଲହର ଫେବୃୟାରୀରେ ଆସିବା ବେଳକୁ ପ୍ରତିଦିନ ୧ଲକ୍ଷରୁ ଦେଢ ଲକ୍ଷ ଲୋକ ସଂକ୍ରମିତ ହେବେ । ବିଶେଷଜ୍ଞ ଦଳରେ ସାମିଲ ଥିବା ଡାଟା ବିଶେଷଜ୍ଞ ମନିନ୍ଦ୍ର ଅଗ୍ରୱାଲ କହିଛନ୍ତି ଏହି ସଂକ୍ରମଣ ପଛରେ ଓମିକ୍ରନ ହିଁ ମୁଖ୍ୟ କାରଣ ହେବ । ନୂଆ ଭାରିଏଣ୍ଟ ଅଧିକ ଆଶଙ୍କା ସୃଷ୍ଟି କରିଛି । ହେଲେ ଓମିକ୍ରନ ଡେଲ୍ଟା ଭଳି ଘାତକ ନୁହେଁ । ପ୍ରଥମ କରି ଦକ୍ଷିଣ ଆଫ୍ରିକାରେ ଦେଖାଯାଇଥିବା ଏହି ସଂକ୍ରମଣକୁ ଦେଖି ଅନୁମାନ କରାଯାଏ ଯେ ଏଠାରେ ସଂକ୍ରମିଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଛି ହେଲେ ହସ୍ପିଟାଲରେ ଭର୍ତ୍ତି ହେଉଥିବା ରୋଗୀଙ୍କ ସଂଖ୍ୟା କମ ରହିଛି । ବିଶେଷଜ୍ଞମାନେ ଆହୁରି କହିଛନ୍ତି ଯେ ଦ୍ୱିତୀୟ ଲହର ସମୟରେ ଲକଡାଉନ ଯୋଗୁ ଏହାକୁ ରୋକାଯାଇ ପାରିଥିବା ବେଳେ ଏବେ ଓମିକ୍ରନ୍ ପାଇଁ ଅଳ୍ପ କିଛି ସମୟ ପାଇଁ ଲକଡାଉନ କରାଗଲେ ଏହାର ଲାଭ ମିଳିପାରିବ । ଏହାସହ ଗହଳି ସ୍ଥାନକୁ ନ ଯିବା ଓ ସବୁବେଳେ ମାସ୍କ ବ୍ୟବହାର କରିବାକୁ ଗୁରୁତ୍ୱ ଦିଆଯିବା ଉଚିତ ବୋଲି ସେମାନେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Rule Change 1st June: ଜୁନ ୧ରୁ ବଦଳିଯିବ ୬ଟି ବଡ଼ ନିୟମ ପରିବର୍ତ୍ତନ ହେବ, ଆପଣଙ୍କ ପକେଟକୁ କରିବ ପ୍ରଭାବିତ

ନୂଆଦିଲ୍ଲୀ, ୨୮।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଏହା ସହିତ, ଜୁନ ୧ ରୁ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାର ଆଶା…

ଇଦ୍‌-ଉଜ୍‌-ଜୁହାରେ ଏମିତି ମେସେଜ୍‌ ଦେଲେ ପ୍ରଧାନମନ୍ତ୍ରୀ: ଆମ ସମାଜରେ…

ନୂଆଦିଲ୍ଲୀ,୨୮।୫: ସାରା ଦେଶରେ ଆଜି ଇଦ୍‌-ଉଜ୍‌-ଜୁହା ପର୍ବ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଅବସରରେ ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ‘ଏକ୍ସ’ ରେ ଏକ…

କର୍ନାଟକ ରାଜନୀତିରେ ରୋଚକ ଦୃଶ୍ୟ, ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ପାଦ ଛୁଇଁଲେ ଶିବକୁମାର

ବେଙ୍ଗାଲୁରୁ, ୨୮।୫: କର୍ନାଟକ ରାଜନୀତିରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ, ଗୁରୁବାର ବେଙ୍ଗାଲୁରୁସ୍ଥିତ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ବାସଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଜଳଖିଆ ବୈଠକ ଅନୁଷ୍ଠିତ…

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏମିତି ଅପିଲ କରିଦେଲେ ବିଜୟ, ଦେଖିକି ରହିଗଲେ …

ନୂଆଦିଲ୍ଲୀ,୨୮।୫: ତାମିଲନାଡୁରେ କ୍ଷମତା ଗ୍ରହଣ କରିବା ପରେ, ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା: ଖସାଇଲା ଡ୍ରୋନ୍‌

ଓ୍ବାଶିଂଟନ୍‌,୨୮।୫: ଆମେରିକୀୟ ସେନା ପୁଣି ଥରେ ଇରାନରେ ବଡ଼ ଧରଣର ସାମରିକ ଆକ୍ରମଣ କରିଛି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଏହି ରାତାରାତି ଆକ୍ରମଣ ସେହି ସାମରିକ ଘାଟିଗୁଡ଼ିକୁ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri