ବିଶେଷଜ୍ଞଙ୍କ ଚେତାବନୀ ଓମିକ୍ରନ୍ ଯୋଗୁ ବ୍ରିଟେନରେ ହୋଇପାରେ ୭୫୦୦୦ ଲୋକଙ୍କ ମୃତ୍ୟୁ

ଲଣ୍ଡନ,୧୪ ।୧୨: ବ୍ରିଟେନରେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଯୋଗୁଁ ସୋମବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ନିଜେ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଏହା ସ୍ପଷ୍ଟ କରିଛନ୍ତି । ସେ ଜନସାଧାରଣକୁ ଚେତାବନୀ ଦେଇ କହିଛନ୍ତି ଆଗକୁ କରୋନା ଭାଇରସର ନୂଆ ଭାରିଏଣ୍ଟ ‘ଓମିକ୍ରନ୍‌’ ର ଏ ବଡ ଲହର ଆସୁଛି । ତେଣୁ ଏହାକୁ ରୋକିବା ଜରୁରୀ । ଏହି ଭାରିଏଣ୍ଟ ଦ୍ରୁତ ଗତିରେ କାୟା ବିସ୍ତାର କି ଚାଲିଛି । ଏହାକୁ ଦେଖି ପ୍ରଧାନମନ୍ତ୍ରୀ ବୋରିସ ଜନସନ କହିଛନ୍ତି ଡିସେମ୍ବର ଶେଷ ସୁଦ୍ଧା ୧୮ ବର୍ଷରୁ ଊର୍ଦ୍ଧ୍ୱ ଲୋକେ ବୁଷ୍ଟର ଡୋଜ ନେବା ଜରୁରୀ ।
ଓମିକ୍ରନ୍ ଭାରିଏଣ୍ଟ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏବେ ଏହାର ଭୟାବହତାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଓ ବିଶେଷଜ୍ଞମାନେ ଚେତାବନୀ ଦେଲେଣି । ଲଣ୍ଡନ ସ୍କୁଲ ଅଫ୍ ହାଇଜିନ ଆଣ୍ଡ ଟ୍ରପିକାଲ ମେଡିସିନ ଓ ଦକ୍ଷିଣ ଆଫ୍ରିକାର ଷ୍ଟେଲନବୋଶ ୟୁନିଭର୍ସିଟିର ବିଶେଷଜ୍ଞମାନେ କହିଛନ୍ତି ଓମିକ୍ରନ୍ ବ୍ରିଟେନରେ ଭୟାବହ ପରିସ୍ଥିତି ସୃଷ୍ଟି କରିବ । ଯଦି ଏହାକୁ ରୋକିବାକୁ ଉଚିତ ପଦକ୍ଷେପ ନିଆ ନ ଗଲା ତେବେ ଆସନ୍ତା ବର୍ଷ ଏପ୍ରିଲ ସୁଦ୍ଧା ବ୍ରିଟେନରେ ୨୫,୦୦୦ରୁ ୭୫,୦୦୦ ଲୋକଙ୍କ ମୃତ୍ୟୁ ଓମିକ୍ରନ୍ ଯୋଗୁ ହେବ । ବିଶେଷଜ୍ଞମାନେ କହିଛନ୍ତି ଏହି ଭାରିଏଣ୍ଟ ଦ୍ରୁତ ଗତିରେ ବ୍ୟାପୁଥିବାରୁ ଏହା ମହାମାରୀର କାରଣ ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri