ଫ୍ରାନ୍ସ-ଜର୍ମାନୀରେ ରେକର୍ଡ କରୁଛି କରୋନା

ପ୍ୟାରିସ/ବର୍ଲିନ,୨୧ ।୧: ବ୍ରିଟେନରେ ଓମିକ୍ରନ୍ ପିକ୍‌ରେ ପହଞ୍ଚି ଏବେ କମ୍ ହୋଇଯାଇଥିବା ସେଠାକାର ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ସତ । ହେଲେ ୟୁରୋପୀୟ ଦେଶରେ କରୋନାର ତାଣ୍ଡବ ଜାରି ରହିଛି । ଫ୍ରାନ୍ସରେ ଲଗାତାର ଦ୍ୱିତୀୟ ଦିନରେ ୪ ଲକ୍ଷ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ସେଠାରେ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ରହିଛି ୪.୩୬ ଲକ୍ଷ । ଏପଟେ ଜର୍ମାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧.୨୧ ଲକ୍ଷରୁ ଅଧିକ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ନ୍ୟୁଜିଲାଣ୍ଡରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହାକୁ ନଜରରେ ରଖି ସେଠାକାର ପ୍ରଧାନମନ୍ତ୍ରୀ ଜେସିକା ଅର୍ଡର୍ନ କହିଛନ୍ତି ଯଦି ଏହାର ଗୋଷ୍ଠୀ ସଂକ୍ରମଣ ହେଲା ତେବେ ସାରା ଦେଶରେ ଲକଡାଉନ ହୋଇପାରେ ।
ଆମେରିକା ଓ ବ୍ରାଜିଲ ବି କରୋନା ମହାମାରୀ କବଳରେ ପଡି ଛଟପଟ ହେଉଛନ୍ତି । ଆମେରିକାରେ ଗତ ୨୪ ଘଣ୍ଟାରେ ୭ଲକ୍ଷରୁ ଅଧିକ ନୂଆ ସଂକ୍ରମିତ ସାମ୍ନାକୁ ଆସିଛନ୍ତି । ଦେଶରେ ପ୍ରତିଦିନ ପାଖାପାଖି ୨୦୦୦ ଲୋକଙ୍କର କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ହେଉଛି । ବ୍ରାଜିଲରେ ବି କରୋନାର ପ୍ରକୋପ କିଛି କମ୍ ନାହିଁ । ସେଠାରେ ଗୋଟିଏ ଦିନରେ ୨ ଲକ୍ଷରୁ ଅଧିକ ସଂକ୍ରମିତ ଚିହ୍ନଟ ହେବା ପରେ ସରକାରଙ୍କ ଚିନ୍ତା ବଢି ଯାଇଛି । ଏହା ପୂର୍ବ ରେକର୍ଡକୁ ଭାଙ୍ଗି ଦେଇଛି ବୋଲି କୁହାଯାଉଛି । ସେହିପରି ଦେଶରେ ପ୍ରତିଦିନ ମୃତକଙ୍କ ସଂଖ୍ୟା ପ୍ରାୟ ୩୫୦ ରହିଛି । ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବାରୁ ହସ୍ପିଟାଲରେ ବେଳକୁ ବେଳ ବେଡ୍‌ର ଘୋର ଅଭାବ ଦେଖାଦେଇଛି ।
ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି କରୋନା ଯୋଗୁ ଆମେରିକା ଲୋକେ ଥକି ପଡିଲେଣି । ତଥାପି ସେମାନଙ୍କର ମନୋବଳ ଦୃଢ ଅଛି ବୋଲି ସେ କହିଛନ୍ତି । ଆମେରିକାରେ ପ୍ରତିଦିନ ଲକ୍ଷ ଲକ୍ଷ ସଂଖ୍ୟାରେ କରୋନା ମହାମାରୀରେ ସଂକ୍ରମିତ ହେଉଥିବା ବେଳେ ହଜାର ହଜାର ସଂଖ୍ୟାରେ ମୃତ୍ୟୁ ବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri