କରୋନାର ନୂଆ ଭାରିଏଣ୍ଟ ‘ଓମିକ୍ରୋନ’କୁ ନେଇ ଚେତାବନୀ ଦେଲା ଡବ୍ଲୁଏଚଓ

ଜେନେଭା,୨୭ ।୧୧: ବେଳକୁ ବେଳ ରୂପ ବଦଳାଉଛି କରୋନା ଭାଇରସ । ଏବେ ଏହାର ନୂଆ ସ୍ୱରୂପ ବା ଭାରିଏଣ୍ଟ ଦକ୍ଷିଣ ଆଫ୍ରିକାରେ ଦେଖିବାକୁ ମିଳିଛି । ଆଉ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଏହି ନୂଆ ଭାରିଏଣ୍ଟର ନାମ ରଖିଛି ‘ଓମିକ୍ରୋନ’ । ଏପର୍ଯ୍ୟନ୍ତ ମିଳିଥିବା ଭାରିଏଣ୍ଟ ମଧ୍ୟରୁ ଏହା ସବୁଠାରୁ ଦ୍ରୁତ ଗତିରେ ବ୍ୟାପିବା ସହ ବହୁ ମାରାତ୍ମକ ବୋଲି କୁହାଯାଉଛି । ଏହାକୁ ଦୃଷ୍ଟିରେ ରଖି ଏବେ କିଛି ଦେଶ ଦକ୍ଷିଣ ଆଫ୍ରିକାକୁ ବିମାନ ସେବା ବନ୍ଦ କରିଦେଇଥିବା ଜଣାପଡିଛି । ଏହା ଆଫ୍ରିକାର ଦକ୍ଷିଣ ଆଫ୍ରିକା, ବୋତ୍ସୱାନାରେ ଦେଖାଯାଇଛି । ଏସିଆ ଦେଶମାନଙ୍କ ମଧ୍ୟରୁ ହଂକଂରେ ଏହି ନୂଆ ଭାରିଏଣ୍ଟ ପହଞ୍ଚି ଯାଇଥିବା କୁହାଯାଉଛି । ମିଡିଲ ଇଷ୍ଟର ଇସ୍ରାଏଲ ଓ ୟୁରୋପର ବେଲଜିୟମ ପର୍ଯ୍ୟନ୍ତ କୁଆଡେ ପହଞ୍ଚିଗଲାଣି ଓମିକ୍ରୋନ । ଏହାକୁ ନେଇ ଭାରତରେ ବି ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି । ଏବେ ଭାରତୀୟ ବିଶେଷଜ୍ଞମାନେ କହିଛନ୍ତି, ୱେଟ ଆଣ୍ଡ ୱାଚର ସମୟ ଆସିଯାଇଛି । କରୋନାର ନୂଆ ଭାରିଏଣ୍ଟକୁ ଯେମିତି ଦେଶରେ ପ୍ରବେଶ ହେବାକୁ ନ ଦିଆଯାଏ ସେଥିପ୍ରତି ସମସ୍ତେ ଦୃଷ୍ଟି ଦେବା ଜରୁରୀ ହୋଇ ପଡିଛି । ଭାରତୀୟ ବିଶେଷଜ୍ଞମାନେ କହିଛନ୍ତି, ଏହି ନୂଆ ଭାରିଏଣ୍ଟ ଯଦି ଡେଲ୍ଟା ସହ ମିଶିଯିବ ତେବେ ଗମ୍ଭୀର ପରିସ୍ଥିତି ସୃଷ୍ଟି ହେବ । ଜିନୋମ ସିକ୍ୱେସିଂ ଉପରେ ନଜର ରଖିଥିବା ଇନ୍ସାକଂଗ କହିଛି ନୂଆ ଭାରିଏଣ୍ଟ ବି,୧,୧,୫୨୯ ଡେଲ୍ଟାରେ ମିଶିଲେ ସ୍ଥିତି ଗମ୍ଭୀର ହେବ । ହେଲେ ଏପର୍ଯ୍ୟନ୍ତ ଏହି ମିଶ୍ରଣର କୌଣସି ମାମଲା ସାମ୍ନାକୁ ଆସିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?