ରୁଷିଆରେ ଓମିକ୍ରନ୍‌ର ନୂଆ ବିପଜ୍ଜନକ ଭାରିଆଣ୍ଟ ଚିହ୍ନଟ, ୧୬୬ ଆକ୍ରାନ୍ତ ଚିହ୍ନଟ…

ମସ୍କୋ, ୧୩।୬ : ରୁଷିଆରେ ଓମିକ୍ରନର ଏକ ନୂତନ ବିପଜ୍ଜନକ ସବ-ଭାରିଆଣ୍ଟ ଚିହ୍ନଟ ହୋଇଛି। ଏହା ଅନ୍ୟ ପ୍ରକାର ଅପେକ୍ଷା ଶୀଘ୍ର ବିସ୍ତାର ହୋଇଥାଏ ବୋଲି ବିଶେଷଜ୍ଞ ମତପୋଷଣ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ମିଳିଥିବା ଓମିକ୍ରନର ସବ-ଭାରିଆଣ୍ଟ ଅପେକ୍ଷା ଏହି ବିଏ.୪ ଅଧିକ ବିପଜ୍ଜନକ।

ରୁଷିଆର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। ରୋସପୋଟ୍ରେବନାଡଜୋରର ସେଣ୍ଟ୍ରାଲ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ଫର୍‌ ଏପିଡେମୋଲୋଜିର ଜିନୋମର ମୁଖ୍ୟ କାମିଲ ଖାଫିଜୋଭଙ୍କ ଅନୁଯାୟୀ, ଦୁଇଟି ଜାତୀୟ ଲାବୋରେଟୋରୀ ବିଏ.୪ ସବଲାଇନର ଭାଇରାଲ ଜିନୋମକୁ ଚିହ୍ନଟ କରାଯାଇଛି।

ଏହାପୂର୍ବରୁ ମେ ମାସରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମୁଖ୍ୟସ୍‌ ଚେତାବନୀ ଦେଇ କହିଥିଲେ ଯେ ଟିକାକରଣ ହାର କମ ଥିବା ଦେଶରେ ଓମିକ୍ରନର ବିଏ.୪ ଏବଂ ବିଏ.୫ ସବ-ଭାରିଆଣ୍ଟ ଅଧିକ ସଂକ୍ରମଣ ହେବାର ଆଶଙ୍କା ରହିଛି।

 

କାମିଲ ଖାଫେଜୋଭ କହିଛନ୍ତି ଯେ କେନ୍ଦ୍ର ସୱାସ୍ଥ୍ୟ ମନ୍ତ୍ରଣାଳୟର ଜେନୋମ ସିକ୍ୱେନ୍ସିଂ ପାଇଁ କାର୍ଯ୍ୟ କରୁଥିବା ଭାରତୀୟ ସାର୍ସ-କୋଭ୍‌-୨ ଜେନୋମିକ୍ସ କନ୍ସୋର୍ଟିୟମ ଭାରତରେ ଓମିକ୍ରନ ସବ-ଭାରିଆଣ୍ଟସ ବିଏ.୪ ଏବଂ ବିଏ.୫ ସବ-ଭାରିଆଣ୍ଟ ସଂକ୍ରମଣକୁ ନିଶ୍ଚିତ କରିଥିଲେ। ସଂକ୍ରମଣର ବିସ୍ତାରକୁ ରୋକିବା ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନିଆଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri