Posted inଜାତୀୟ

ଭାରତ ଛୁଇଁଲା ଓମିକ୍ରନ୍‌: କର୍ନାଟକରେ ୨ ଚିହ୍ନଟ

ନୂଆଦିଲ୍ଲୀ,୨।୧୨: କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ’ ଏବେ ଭାରତକୁ ଆସିଛି। କର୍ନାଟକରେ ୨ ଜଣ ଓମିକ୍ରନ ଭାରିଆଣ୍ଟର ଶିକାର ହୋଇଥିବା ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ୍‌ ଅଗ୍ରଓ୍ବାଲ ଏକ ପ୍ରେସ୍‌ ମିଟ୍‌ରେ କହିଛନ୍ତି, କର୍ନାଟକରେ ୨ ଜଣ ଓମିକ୍ରନ ଭାରିଆଣ୍ଟର ଶିକାର ହୋଇଛନ୍ତି । ଆକ୍ରାନ୍ତ ୨ ଜଣ ପୁରୁଷ। ଉଭୟଙ୍କ ବୟସ ଯଥାକ୍ରମେ ୬୬ ଏବଂ ୪୬ ରହିଛି। ଦୁଇ ଆକ୍ରାନ୍ତଙ୍କୁ ଏବେ ଆଇସୋଲେଟ ରଖାଯାଇ ଚିକିତ୍ସା କରାଯାଉଛି। ଏନେଇ ଲୋକଙ୍କୁ ସତର୍କ ରହିବାକୁ ସେ ନିବେଦନ କରିଛନ୍ତି।
ସୂଚନାଯୋଗ୍ୟ, ୨୫ ନଭେମ୍ବରରେ ଦକ୍ଷିଣ ଆଫ୍ରିକା ସରକାର ଏବଂ ବୈଜ୍ଞାନିକମାନେ କରୋନାର ଏକ ନୂତନ ଭାରିଆଣ୍ଟ ଘୋଷଣା କରିଥିଲେ। ଏହା ପରେ ଡବ୍ଲୁଏଚ୍‌ଓ ଏହାର ନାମ ଓମିକ୍ରନ ରଖିଲା। ନୂତନ ଭାରିଆଣ୍ଟ ଚିହ୍ନଟ ପରେ ଆମେରିକା, ୟୁରୋପୀୟ ୟୁନିଅନ, କାନାଡା, ଇସ୍ରାଏଲ, ଅଷ୍ଟ୍ରେଲିଆ ଏବଂ ଅନ୍ୟାନ୍ୟ ଦେଶ ଦକ୍ଷିଣ ଆଫ୍ରିକାର ଅନେକ ଦେଶରୁ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଥିଲେ। ଏବେ ୨୯ ଦେଶକୁ କରୋନା ଏହି ନୂଆ ଭାରିଆଣ୍ଟ ମାଡିଲାଣି। ୩୭୩ ଜଣ ଏହି ଭାରିଆଣ୍ଟ ଶିକାର ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୦।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ।…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri