ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ଓମ୍‌ ବିର୍ଲା, ସମର୍ଥନ ଦେଲେନି ବିରୋଧୀ

ନୂଆଦିଲ୍ଲୀ, ୨୫।୬: ୧୮ ତମ ଲୋକ ସଭା ଅଧିବେଶନ କାଲିଠାରୁ ଆରମ୍ଭ ହୋଇଥିବା ବେଳେ ଆଜି ବାଚସ୍ପତି ପଦ ପାଇଁ ନାମଙ୍କନ ଦାଖଲ କରିଛନ୍ତି ଏନ୍‌ଡିଏ ପ୍ରାର୍ଥୀ ଓମ୍‌ ବିର୍ଲା । ଶାସକ ଦଳ ବିରୋଧୀଙ୍କ ସହ ତାଙ୍କ ନାମକୁ ନେଇ ଆଲୋଚନା କରିଥିବା ବେଳେ ଏହା ଫଳପ୍ରଦ ହୋଇନାହିଁ । ବିରୋଧୀ ଇଣ୍ଡିଆ ମେଣ୍ଟ ବିଚସ୍ପତି ପଦ ପାଇଁ ପ୍ରାର୍ଥୀ ଦେଇଛି । ମେଣ୍ଟ ପକ୍ଷରୁ କେ ସୁରଶଙ୍କୁ ବାଚସ୍ପତି କରିବା ନେଇ ପ୍ରାର୍ଥୀ କରାଯାଇଛି । ସେ ବାଚସ୍ପତି ପଦ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

ଓମ୍‌ ବିର୍ଲାଙ୍କୁ ସମର୍ଥନ କରିବା ନେଇ ରାଜନାଥ ସିଂ ବିରୋଧୀଙ୍କ ସହ ଆଲୋଚନା କରିଥିଲେ । ଏହାକୁ ନେଇ ରାହୁଲ ଉପ-ବାଚସ୍ପତି ପଦ ଇଣ୍ଡିଆ ମେଣ୍ଟକୁ ଦେବାକୁ କହିଥିଲେ । ଯାହାକୁ ନେଇ ଦୁଇ ଦଳ ମଧ୍ୟରେ କୌଣସି ନିଷ୍ପତ୍ତି ହୋଇପାରିନଥିଲା । ଫଳରେ ଦୁଇ ଦଳ ସେମନଙ୍କର ପ୍ରାର୍ଥୀ ଦେଇଛନ୍ତି ।

ଏନେଇ ଲଲନ ସିଂ କହିଛନ୍ତି ଯେ, ବିରୋଧୀ ଦଳ ଉପ-ବାଚସ୍ପତି ପଦକୁ ନେଇ ଭରଷା ଚାହୁଁଛନ୍ତି । କିନ୍ତୁ ବର୍ତ୍ତମାନ ଶାସକ ଦଳ ପଛରେ ଏହାକୁ ଦେଖିବା ବୋଲି କହିଛନ୍ତି । ପ୍ରଥମେ ଆମ ବାଚସ୍ପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବାକୁ ସେମାନେ କହିଛନ୍ତି । ଯାହାକୁ ନେଇ ବିରୋଧୀ ଦଳ ରାଜି ନୁହଁନ୍ତି । ସୂଚନା ଥାଉକି ଶାସକ ଦଳ ପକ୍ଷରୁ ରାଜନାଥ ସିଂ ସକାଳେ ବିରୋଧୀ ଦଳଙ୍କ ସହ ଏ ନେଇ ଆଲୋଚନା କରିଥିଲେ ମଧ୍ୟ ଏହା ଫଳପ୍ରଦ ହୋଇନାହିଁ ।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri