Posted inଫୁରସତ

କମ୍ପାନୀର ଅଜବ ସର୍ତ୍ତ: ଯେତେ ଟଙ୍କା ଗଣିପାରିବ, ସେତେ ବୋନସ ମିଳିବ

ଦେଶ ଏବଂ ବିଶ୍ୱରେ ଅନେକ କମ୍ପାନୀ ଅଛି। ଯାହା ପ୍ରତିବର୍ଷ ଏହାର କର୍ମଚାରୀମାନଙ୍କୁ ବୋନସ ଦେଇଥାଏ। କିଛି କମ୍ପାନୀ ବୋନସ ଭାବରେ କିଛି ଜିନିଷ ଦିଅନ୍ତି। ଏହି ସମୟରେ ଏଭଳି ଏକ ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଠାରେ ବୋନସ ଭାବରେ, କମ୍ପାନୀ ଏକ ଭିନ୍ନ ପ୍ରକାରର ଖେଳ ରଖିଥିଲା, ଯେଉଁଥିରେ ବହୁତ ନଗଦ ଟଙ୍କା ଥିଲା । ଏହି ସମୟରେ ଜଣେ କର୍ମଚାରୀ ଲକ୍ଷ ଲକ୍ଷ ଟଙ୍କା ଜିତିଥିଲେ ।

ଚାଇନାର ଖବରକାଗଜ ସାଉଥ ଚାଇନା ମର୍ନିଂ ପୋଷ୍ଟର ରିପୋର୍ଟ ଅନୁଯାୟୀ, ଏକ କମ୍ପାନୀ ଏହାର କର୍ମଚାରୀମାନଙ୍କୁ ବାର୍ଷିକ ବୋନସ ଦେବା ପାଇଁ ଏକ ଭିନ୍ନ ପ୍ରକାରର ଖେଳ ରଖିଥିଲା। ଯେଉଁଥିରେ ୫୦୦ଲୋକ ଅଂଶଗ୍ରହଣ କରିଥିଲେ। ଏହି ଖେଳ ଚାଇନାର ହେନାନ ପ୍ରଦେଶର କୁଆଙ୍ଗଶାନ କ୍ରେନ କମ୍ପାନୀ ଦ୍ୱାରା ଆୟୋଜିତ ହୋଇଥିଲା। ଯେଉଁଥିରେ କମ୍ପାନୀ ଏକ ଟେବୁଲ ଉପରେ ୧୦୦ୟୁଆନ ନୋଟର ବଣ୍ଡଲ ରଖିଥିଲା, ଏବଂ କର୍ମଚାରୀମାନଙ୍କୁ କହିଥିଲା ଯେ, ଯିଏ ଯେତେ ନଗଦ ଟଙ୍କା ନେଉଛ ନେଇଯାଓ, ହେଲେ ଯଦି ଆପଣ ସଠିକ ପରିମାଣର ଟଙ୍କା ଗଣନା କରି କୁହନ୍ତି, ତେବେ ଆପଣଙ୍କୁ ଟଙ୍କା ଦିଆଯିବ । ଯଦି କୌଣସି କର୍ମଚାରୀ ଭୁଲ ଗଣନା କରନ୍ତି, ତା’ହେଲେ ତାଙ୍କ ଆକାଉଣ୍ଟରୁ ହଜାରେ ୟୁଆନ କଟାଯିବ। ଏହି ଖେଳରେ ଜଣେ କର୍ମଚାରୀଙ୍କ ସର୍ବାଧିକ ୧୧,୨୭,୮୩୭ ଟଙ୍କା ବୋନସ ଭାବେ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri