Posted inଜାତୀୟ

ଆସାମ ଜେଲ ଗଲେ ଗିରଫ ଅମ୍ରିତପାଲ୍‌ଙ୍କ ସହଯୋଗୀ

ଚଣ୍ଡିଗଡ଼/ଦିବ୍ରୁଗଡ଼,୧୯।୩: ବେଆଇନ ଅସ୍ତ୍ରଶସ୍ତ୍ର ଜବତ ପରେ ଖଲିସ୍ତାନୀ ନେତା ଅମ୍ରିତପାଲ୍‌ ସିଂ ଓ ତାଙ୍କର ସହଯୋଗୀଙ୍କ ବିରୋଧରେ ରବିବାର ସାନି ମାମଲା ରୁଜୁ ହୋଇଛି। ଅମ୍ରିତ୍‌ପାଲଙ୍କୁ ଧରିବା ପାଇଁ ପଞ୍ଜାବ ପୋଲିସ ପକ୍ଷରୁ ରାଜ୍ୟ ବ୍ୟାପୀ ଚଢ଼ାଉ ଜାରି ରହିଥିବା ବେଳେ ଗିରଫ ହୋଇଥିବା ତାଙ୍କର ୪ଜଣ ସହଯୋଗୀଙ୍କୁ ଆସାମର ଦିବ୍ରୁଗଡ଼ କେନ୍ଦ୍ରୀୟ ଜେଲକୁ ପଠାଇ ଦିଆଯାଇଛି। ସେମାନେ ଏକ ସ୍ବତନ୍ତ୍ର ବିମାନରେ ଆସାମର ଦିବ୍ରୁଗଡ଼ରେ ପହଞ୍ଚି ଥିଲେ। ରାଜ୍ୟରେ ମୋବାଇଲ ଇଣ୍ଟରନେଟ ସେବା ଏବଂ ଏସ୍‌ଏମ୍‌ଏସ୍‌ ସେବା ବନ୍ଦକୁ ସୋମବାର ମଧ୍ୟାହ୍ନ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ଅମୃତସର, ଜଳନ୍ଧର ଏବଂ ଲୁଧିଆନା ସମେତ ପଞ୍ଜାବର ବିଭିନ୍ନ ସହରରେ ସୁରକ୍ଷା ବଳ ପକ୍ଷରୁ ରବିବାର ଫ୍ଲାଗ୍‌ମାର୍ଚ୍ଚ କରାଯାଇଛି। ଖୁବ୍‌ଶୀଘ୍ର ଅମ୍ରିତପାଲ୍‌ଙ୍କୁ ଗିରଫ କରାଯିବ ବୋଲି ପୋଲିସ କହିଛି। ଓ୍ବାରିସ୍‌ ପଞ୍ଜାବ ଡେ’ର ମୁଖ୍ୟ ଅମ୍ରିତପାଲ୍‌ଙ୍କୁ ଧରିବା ଲାଗି ଶନିବାର ରାଜ୍ୟ ପୋଲିସଙ୍କ ପକ୍ଷରୁ ବ୍ୟାପକ ଚଢ଼ାଉ କରାଯାଇ ୭୮ଜଣଙ୍କୁ ଗିରଫ କରାଯାଇଥିଲା। ଜଳନ୍ଧର ଜିଲାରେ ଖଲିସ୍ତାନୀ ନେତାଙ୍କୁ ପୋଲିସ ପିଛା କରୁଥିବାବେଳେ ସେ କୌଣସି ପ୍ରକାରେ ଖସି ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

UPI Charges: ଦୋକାନୀମାନଙ୍କୁ ସେମାନଙ୍କର UPI ସ୍କାନର୍‌ ଏବଂ ସାଉଣ୍ଡବକ୍ସ ବଦଳାଇବାକୁ ପଡ଼ିବ? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୧୬।୯: ନ୍ୟାସନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ (NPCI) ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର କାରବାର ଉପରେ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR)ଯାହା ମୁଖ୍ୟତଃ ଏକ UPI…

UPI ନା Cash, କେଉଁଥରେ ଟଙ୍କା ଅଧିକ ସଞ୍ଚୟ ହୁଏ? ସତ ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୧୬।୯: ଭାରତୀୟ ଡିଜିଟାଲ ଅର୍ଥନୀତିରେ ଆଜିକାଲି UPIକୁ ନେଇ ଏକ ନୂଆ ବିତର୍କ ଓ ବିବାଦ ଦେଖାଦେଇଛି। କେନ୍ଦ୍ର ସରକାର ଏବଂ NPCI ଦ୍ୱାରା ୨୦୦୦ ଟଙ୍କାରୁ…

ଅଭିନୟରୁ ସନ୍ୟାସ ନେବେ ଅମିତାଭ ବଚ୍ଚନ! ମୁହଁ ଖୋଲିଲେ ୮୩ ବର୍ଷିୟ ଅଭିନେତା

ମୁମ୍ବାଇ,୧୬।୯: ଅମିତାଭ ବଚ୍ଚନ ହିନ୍ଦୀ ସିନେମାର ‘ମେଗାଷ୍ଟାର’ ଭାବରେ ପରିଚିତ। ପ୍ରାୟ ଛଅ ଦଶନ୍ଧି ଧରି ଚଳଚ୍ଚିତ୍ର ଜଗତରେ ରାଜ କରିଆସୁଥିବା ‘ବିଗ ବି’ (Big B)…

ଭାଜପାର ଟେନସନ ବଢାଇଲେ ଜଣେ ପୂର୍ବତନ ଭାଜପା ନେତା? ଜାଣନ୍ତୁ କ’ଣ କଲେ

ଲକ୍ଷ୍ନୌ,୧୬।୯: ଉତ୍ତର ପ୍ରଦେଶ ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ବର୍ଦ୍ଧିତ ଆହ୍ବାନର ସମ୍ମୁଖୀନ ହୋଇପାରେ। କର୍ଣ୍ଣି ସେନା ରାଜ୍ୟରେ ୫୦ଟି ଆସନରେ ନିର୍ବାଚନ ଲଢ଼ିବାକୁ ଯୋଜନା…

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ବଡ଼ ଦୁର୍ଘଟଣା: ଏକ ଲାଇଭ କାର୍ଯ୍ୟକ୍ରମର ଖବର ସଂଗ୍ରହ ସମୟରେ ଗଣମାଧ୍ୟମର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ୩ ମୃତ ଦେଖନ୍ତୁ ଭିଡ଼ିଓ

ଲସ ଆଞ୍ଜେଲସ,୧୬।୯: ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। କାଲିଫର୍ନିଆର ଲସ ଆଞ୍ଜେଲସରେ ଏକ ମିଡିଆ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଚାଟ୍ସୱର୍ଥ (Chatsworth) ଅଞ୍ଚଳରେ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?