ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା ସହ ସୁରକ୍ଷା, ମୂଳ ଦରମା ବୃଦ୍ଧି ଭଳି ଅନ୍ୟାନ୍ୟ ଦାବି ପାଇଁ ସରକାରଙ୍କ ଅଣଦେଖା ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)। ଶୁକ୍ରବାରଠାରୁ ୧ ଘଣ୍ଟା ଆଉଟ୍‌ଡୋର (ବହିର୍ବିଭାଗ)ରେ ରୋଗୀସେବା ବନ୍ଦ କରଯାଇଛି। ଏହାକୁ ସମର୍ଥନ ଜଣାଇ ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ଚିକତ୍ସାଳୟ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତରମାନେ ମଧ୍ୟ ସାମିଲ ହୋଇଛନ୍ତି। ଆନ୍ଦୋଳନର ଦିତୀୟ ଦିନରେ ଉପଖଣ୍ଡ ଚିକିତ୍ସାଳୟରେ ସକାଳ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ବହିର୍ବିଭାଗ ରୋଗୀସେବା ବନ୍ଦ ରହିଥିଲା। ଯାହାଫଳରେ ରୋଗୀମାନେ ନାହିଁ ନ ଥିବା ଅସୁବିଧା ସମ୍ମୁଖୀନ ହୋଇଛନ୍ତି। ରୋଗୀମାନେ ଲମ୍ବା ଧାଡ଼ିରେ ଜଗି ରହିଥିବା ବେଳେ ଡାକ୍ତରମାନେ ଅନୁପସ୍ଥିତ ରହିଥିବା ଦେଖିବାକୁ ମିଳିଛି। ଏହି ଚିକିତ୍ସାଳୟ ଉପରେ ଛତ୍ରପୁର ନିର୍ବାଚନ ମଣ୍ଡଳୀ ସହିତ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଲୋକମାନେ ନିର୍ଭର କରୁଥିବା ବେଳେ ଏପରି ସମସ୍ୟା ଯୋଗୁ ବହୁତ ହଇରାଣ ହରକତ ହେଉଥିବା ଦେଖିବାକୁ ମିଳିଛି।

ଅନ୍ୟପଟେ ସରକାର ଡାକ୍ତରଙ୍କ ଦାବିଗୁଡିକ ଯଥା ପୂରଣ କରିବା ସହିତ ରୋଗୀଙ୍କୁ ଉଚିତ ସେବା ଯୋଗାଇବା ନିମନ୍ତେ ସାଧାରଣରେ ଦାବି ହୋଇଛି। ଦାବି ପୂରଣ ନ ହେଲା ପର୍ଯ୍ୟନ୍ତ ଏହିପରି ପ୍ରତ୍ୟେକ ଦିନ ୧ ଘଣ୍ଟା ସେବା ବନ୍ଦ ରହିବ ବୋଲି ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର ଭାରପ୍ରାପ୍ତ ଅଧୀକ୍ଷକ ଡାକ୍ତର ସୁଦର୍ଶନ ସାହୁ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?