ଓଏମ୍‌ଭିଡି ଏଏସ୍‌ଆଇ ଗିରଫ

କଟକ ଅଫିସ,୨୭।୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଝାରସୁଗୁଡ଼ାର ଓଡ଼ିଶା ମୋଟର ଭେଇକିଲ ଡିପାର୍ଟମେଣ୍ଟ(ଓଏମ୍‌ଭିଡି)ର ଏଏସ୍‌ଆଇ ହରେକୃଷ୍ଣ ନାୟକଙ୍କୁ ଭିଜିଲାନ୍ସ ଶନିବାର ଗିରଫ କରି ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରିଥିଲା। ପରେ କୋର୍ଟ ତାଙ୍କୁ ମାର୍ଚ୍ଚ ୧୧ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ତେବେ ଆୟ ବହିର୍ଭୂତ ସମ୍ପତ୍ତି ନାୟକଙ୍କ ଆୟର ୪୪୦ ପ୍ରତିଶତ ଅଧିକ ବୋଲି ଭିଜିଲାନ୍ସ ପକ୍ଷରୁ ପ୍ରେସ୍‌ ବିବୃତିରେ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଶୁକ୍ରବାର ନାୟକଙ୍କର କଟକ, ପୁରୀ, ଝାରସୁଗୁଡ଼ା ଓ ଗଞ୍ଜାମ ଜିଲାର ୬ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା। ଚଢ଼ାଉବେଳେ କଟକ ଫ୍ରେଣ୍ଡ୍‌ସ କଲୋନୀସ୍ଥିତ ଘରୁ ୪ ଲକ୍ଷ ୪୬ ହଜାର ଟଙ୍କା ଓ ବହୁ ପରିମାଣର ସୁନାଅଳଙ୍କାର ଜବତ ହେବା ସହ ୨କୋଟି ୨୪ ଲକ୍ଷ ୧୯ ହଜାର ୭୯୮ ଟଙ୍କାର ସମ୍ପତ୍ତି ଠାବ ହୋଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି ା ୩ଜଣ ଡିଏସ୍‌ପିଙ୍କ ନେତୃତ୍ୱରେ ୧୦ ଜଣ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀ ଏହି ଚଢ଼ାଉରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍‌! ତଳେ ଘୋଷାଡ଼ି ନେଲେ ମୃତଦେହ

ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ମୋଦିଙ୍କ ଜନ୍ମଦିନରେ ରେଖା ଗୁପ୍ତାଙ୍କ ବଡ଼ ନିଷ୍ପତ୍ତି: ଦାନ କଲେ ନିଜର ସମସ୍ତ ଅଙ୍ଗ

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀରେ ଅଙ୍ଗଦାନକୁ ପ୍ରୋତ୍ସାହିତ କରିବା ପାଇଁ ‘ଷ୍ଟେଟ ଅର୍ଗାନ ଆଣ୍ଡ ଟିସୁ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେସନ’ (SOTO) ନାମକ ଏକ ସରକାରୀ ପ୍ଲାଟଫର୍ମ ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ପାକିସ୍ତାନ କ୍ରିକେଟରେ ହଇଚଇ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ରିଜୱାନ

ଇସଲାମାବାଦ,୧୭।୯: ସମ୍ପ୍ରତି ଶେଷ ହୋଇଥିବା ପାକିସ୍ତାନ-ଇଂଲଣ୍ଡ ଟେଷ୍ଟ ସିରିଜ ବିବାଦ ଘେରରେ ରହିଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ପରେ, ମହମ୍ମଦ ରିଜୱାନ, ଇମାମ-ଉଲ-ହକ ଏବଂ ସଲମାନ ଆଘାଙ୍କ…

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଯଜ୍ଞ କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା; ସିଜେପି (CJP)କହିଲା, ’ଆମେ ସେମାନଙ୍କଠାରୁ ଏଭଳି ନାଟକର…’

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଆୟୋଜିତ ‘୧୦୮-କୁଣ୍ଡୀୟ ଯଜ୍ଞ’ରେ ଅଂଶଗ୍ରହଣ କରିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?