କଟକ ଅଫିସ, ୨୫।୯ :ତିନୋଟି କୃଷି ଆଇନ ଓ ବିଦ୍ୟୁତ ବିଲ୍ ବାତିଲ୍, କୃଷିଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟକୁ ଆଇନସମ୍ମତ କରିବା ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆସନ୍ତା ୨୭ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦକୁ ସଫଳ କରିବା ଉଦ୍ଦେଶ୍ୟରେ ଏସ୍ୟୁସିଆଇ(ସି) କଟକ ଜିଲା କମିଟି ପକ୍ଷରୁ ଶୁକ୍ରବାର ସ୍ଥାନୀୟ ଗାନ୍ଧୀଭବନଠାରେ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଏସ୍ୟୁସିଆଇ(ସି) କଟକ ଜିଲା ସମ୍ପାଦକ ବିଶ୍ୱାବସୁ ଦାସ ଯୋଗଦେଇ କହିଥିଲେ, ଚାଷୀମାନେ କୃଷି ଆଇନ ବାତିଲ ଭଳି ବିଭିନ୍ନ ଦାବି ନେଇ ପ୍ରାୟ ୧୦ମାସ ହେବ ଆନ୍ଦୋଳନ ଜାରି ରଖିଛନ୍ତି ା ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ସେମାନେ ଆନ୍ଦୋଳନ ଜାରି ରଖିବାକୁ ଘୋଷଣା କରିଛନ୍ତି। ଏଭଳି ପରିସ୍ଥିତିରେ କୃଷକ, ଶ୍ରମିକ, ମହିଳା, ଯୁବକ, ଛାତ୍ର ଓ ଜନସାଧାରଣ ଚାଷୀ ଆନ୍ଦୋଳନ ସମର୍ଥନରେ ଆଗେଇ ଆସିଛନ୍ତି। ଚାଷୀ ଆନ୍ଦୋଳନକୁ ଶକ୍ତିଶାଳୀ କରିବା ପାଇଁ ଆସନ୍ତା ୨୭ ତାରିଖ ଭାରତ ବନ୍ଦକୁ ସଫଳ କରିବା ଲାଗି ଜନସାଧାରଣଙ୍କୁ ଦାସ ଆହ୍ବାନ ଦେଇଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଏସ୍ୟୁସିଆଇ(ସି) କଟକ ଜିଲା ଅଫିସ ସମ୍ପାଦକ ଖଗେଶ୍ୱର ସେଠୀ, ଜିଲା କମିଟି ସଭ୍ୟ ରାଜକିଶୋର ମଲ୍ଲିକ ଓ ସସ୍ମିତା ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।
Posted inHome Left, ଆମ ଜିଲା ଖବର, କଟକ, ରାଜ୍ୟ View All
ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ
ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…
ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…
ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…
ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ
ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…
ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ
ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…
ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…
ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…
ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ
ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…
ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ
ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…
Archives

