ଅଗଷ୍ଟ ୨୧ରେ ‘ଏଇ ରାଖୀ ତୋ ରକ୍ଷାକବଚ’

ଭୁବନେଶ୍ୱର,୧୨।୮:ରାଜ୍ୟର ପ୍ରମୁଖ ଘରୋଇ ମନୋରଞ୍ଜନଭିତ୍ତିକ ଚ୍ୟାନେଲ ଜୀ ସାର୍ଥକର ‘ଜୀ ସାର୍ଥକ ଫିଲ୍ମସ’ରେ ରାଖୀ ପୂର୍ଣ୍ଣିମା ଅବସରରେ ନୂଆ ସିନେମା ‘ଏଇ ରାଖୀ ତୋ ରକ୍ଷା କବଚ’ ର ପୋଷ୍ଟର ଓ ଅଡିଓ ରିଲିଜ ହୋଇଯାଇଛି। ଉକ୍ତ ଚଳଚ୍ଚିତ୍ରରେ ଭାଇ-ଭଉଣୀର ସମ୍ପର୍କକୁ ଏକ ସୁନ୍ଦର ରୂପରେ ଅବତାରଣା କରାଯାଇଥିବା ବେଳେ ସମ୍ପୂର୍ଣ୍ଣ ପାରିବାରିକ କାହାଣୀକୁ ନେଇ ଏହି ଚଳଚ୍ଚିତ୍ର ଗତିଶୀଳ ହୋଇଛି। ଉକ୍ତ ଚଳଚ୍ଚିତ୍ର ଆସନ୍ତା ଅଗଷ୍ଟ ୨୧ ରବିବାର ସନ୍ଧ୍ୟା ୬ଟା୩୦ରେ ଜୀ ସାର୍ଥକରେ ପ୍ରସାରିତ ହେବ। ଏଥିରେ କ୍ଷୀରୋଦ ପଟ୍ଟନାୟକ ପ୍ରଯୋଜନା ଦେଇଥିବା ବେଳେ ଲିପ୍ସା ମିଶ୍ର ସହ ପ୍ରଯୋଜନା ଭାର ଗ୍ରହଣ କରିଛନ୍ତି। ସେହିଭଳି ଗିମିକ ମାଷ୍ଟର ସଞ୍ଜୟ ନାୟକ ଉକ୍ତ ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ଦେଇଛନ୍ତି। ପୂର୍ବରୁ ରାଖୀକୁ ନେଇ ସଞ୍ଜୟ ସୁପରହିଟ୍‌ ‘ରାଖୀ ବାନ୍ଧିଲି ମୋ ରଖିବ ମାନ’ ଭଳି ଫିଲ୍ମ ନିର୍ମାଣ କରିଥିଲେ, ଯେଉଁଥିରେ ସ୍ବର୍ଗତ ମିହିର ଦାସଙ୍କ ସହ ସିଦ୍ଧାନ୍ତ ମହାପାତ୍ର ଓ ଅନୁ ଚୌଧୁରୀଙ୍କୁ ଦେଖିବାକୁ ମିଳିଥିଲା। ତେବେ ଏହି ଚଳଚ୍ଚିତ୍ରରେ ଗିମିକ ମାଷ୍ଟର ସଞ୍ଜୟ କ’ଣ ନୂଆ କରିବାକୁ ଯାଉଛନ୍ତି ତାକୁ ସମସ୍ତେ ଅପେକ୍ଷା କରିଛନ୍ତି। ଏହି ଚଳଚ୍ଚିତ୍ରର ଗୀତଗୁଡି଼କ ବହୁ ସୁମଧୁର ହୋଇଥିବାରୁ ଦର୍ଶକମାନେ ପସନ୍ଦ କରିବେ। ରାଖୀକୁ ନେଇ ଅନେକ ଓଡ଼ିଆ ଚଳଚ୍ଚିତ୍ର ପରଦାକୁ ଆସିଛି। କିନ୍ତୁ ଗତ କିଛି ବର୍ଷ ହେବ ରାଖୀକୁ ବଡ଼ପରଦାରେ ଦେଖିବାକୁ ମିଳି ନ ଥିଲା। ଅନେକ ଦିନ ପରେ ରାଖୀକୁ ନେଇ ଓଡ଼ିଆ ସିନେମା ନିର୍ମାଣ ହୋଇଥିବା ବେଳେ ଏହା ଦର୍ଶକଙ୍କୁ ଆକୃଷ୍ଟ କରିବାରେ ସଫଳ ହେବ ବୋଲି ଜୀ ସାର୍ଥକ ପକ୍ଷରୁ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri