Posted inଜାତୀୟ

ଆଜାଦଙ୍କ ମନ୍ତବ୍ୟ ନେଇ କଂଗ୍ରେସ କହିଲା ପାଗ ବଦଳି ଯାଇଛି…

ନୂଆଦିଲ୍ଲୀ, ୧୪।୯ : ବରିଷ୍ଠ ନେତା ଗୁଲାମ ନବୀ ଆଜାଦ କଂଗ୍ରେସ ଠାରୁ ଅଲଗା ହେବା ପରେ ଆସନ୍ତା କିଛି ଦିନ ମଧ୍ୟରେ ଏକ ନୂଆ ଦଳ ଘୋଷଣା କରିବାକୁ ଯାଉଛନ୍ତି। ଦଳ ଘୋଷଣା ପୂର୍ବରୁ ସେ ଲଗାତାର କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କୁ ସେ ଟାର୍ଗେଟ କରୁଛନ୍ତି। ବର୍ତ୍ତମାନ ସେ ଏକ ସାକ୍ଷାତକାରରେ କହିଛନ୍ତି ଯେ ରାହୁଲ ଗାନ୍ଧୀଙ୍କ ପରି ସେ କାହାକୁ ବ୍ୟକ୍ତିଗତ ସମାଲୋଚନା କରନ୍ତି ନାହିଁ। ସେ ବ୍ୟକ୍ତିବିଶେଷଙ୍କୁ ନୁହେଁ ବରଂ ନୀତିକୁ ସମାଲୋଚନା କରନ୍ତି। ଏହା ପରେ କଂଗ୍ରେସ ନେତା ଜୟରାମ ରମେଶ ତାଙ୍କ ମନ୍ତବ୍ୟକୁ ନେଇ କଟାକ୍ଷ କରି କହିଛନ୍ତ ଯେ ପାଗ ବଦଳି ଯାଇଛି।

ଆଜାଦ କହିଛନ୍ତି ଯେ ଯେତେବେଳେ ସେ ସାତ ବର୍ଷ ଧରି ସଂସଦରେ ବିରୋଧୀଦଳର ନେତା ଭୂମିକାରେ ଥିଲେ, ସେତେବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତିକୁ ସମାଲୋଚନା କରିଥିଲେ, କିନ୍ତୁ ବର୍ତ୍ତମାନ ତାଙ୍କ ନାମ ଭାଜପା ସହ ଯୋଡା ଯାଉଛି। ଆଜାଦ କହିଛନ୍ତି, ରାହୁଲ ଜି -୨୩ ଗଠନ ପରେ ତାଙ୍କୁ ଭାଜପା ସହିତ ଯୋଡ଼ିବା ଆରମ୍ଭ କରିଥିଲେ। ଏହି ମିଥ୍ୟା ଖବର କଂଗ୍ରେସ ୱାର୍କିଂ କମିଟି ଏବଂ ନେତାଙ୍କଠାରୁ ଆରମ୍ଭ ହୋଇଥିଲା।

ପ୍ରଧାନମନ୍ତ୍ରୀ ମୋଦିଙ୍କ ନିର୍ଦ୍ଦେଶରେ ଜି-୨୩ ପକ୍ଷରୁ ଚିଠି ଲେଖାଯାଇଥିବା ଅଭିଯୋଗ ହୋଇଥିଲା। ମୁଁ କହିଲି, ପ୍ରଧାନମନ୍ତ୍ରୀ ମୋଦି ପାଗଳ ନୁହଁନ୍ତି ଯେ ସେ ଆମକୁ କଂଗ୍ରେସକୁ ମଜବୁତ କରିବାକୁ କହିବେ। ମତେ ଙ୍କୁ କେହି ଆଦେଶ ଦେଇ ପାରିବେ ନାହିଁ। ମୋ ବିରୋଧରେ କୌଣସି ମାମଲା ନାହିଁ ଏବଂ ଗୋଟିଏ ଏଫଆଇଆର ରୁଜୁ ହୋଇ ନାହିଁ। ମୋର କୌଣସି ସମ୍ପତ୍ତି ନାହିଁ। ମୁଁ କାହିଁକି କାହାକୁ ଭୟ କରିବି ବୋଲି ଆଜାଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri